ଜାତୀୟ

ପୁଣି କମିଲା କମର୍ସିଆଲ୍‌ LPG ସିଲିଣ୍ଡର ଦାମ୍‌

ମାସ ଆରମ୍ଭରୁ ଗ୍ରାହକଙ୍କୁ ଆଶ୍ୱସ୍ତି। ପୁଣି କମିଲା କମର୍ସିଆଲ୍‌ LPG ସିଲିଣ୍ଡର ଦାମ୍‌। ଅଏଲ୍‌ ମାର୍କେଟିଂ କମ୍ପାନୀ ଗୁଡ଼ିକ ସୋମବାରଠୁ କମର୍ସିଆଲ୍‌ LPG ସିଲିଣ୍ଡର ଦାମ୍‌ ହ୍ରାସ ନେଇ ଘୋଷଣା କରିଛନ୍ତି। ସୋମବାରଠୁ ୧୯ କେଜି  କମର୍ସିଆଲ୍‌ LPG ସିଲିଣ୍ଡର ଦାମ୍‌ ୩୬ ଟଙ୍କା କମିଛି। ଦାମ୍‌ କମ୍‌ ପରେ କମର୍ସିଆଲ୍‌ LPG ସିଲିଣ୍ଡର ଦାମ୍‌ ଅନେକ ସହରରେ ଶସ୍ତା ହୋଇଛି। ୧୯ କେଜି କମର୍ସିଆଲ୍‌ LPG ସିଲିଣ୍ଡର ଦାମ୍‌ ଏବେ ୧,୯୭୬ ଟଙ୍କା ୫୦ ପଇସା ହୋଇଛି। ଦିଲ୍ଲୀରେ ଏହି ଦର ଥିବାବେଳେ କୋଲକାତାରେ ୨,୦୯୫ ଟଙ୍କା ୫୦ ପଇସା, ମୁମ୍ବାଇରେ ୧,୯୩୬ ଟଙ୍କା ୫୦ ପଇସା ଓ ଚେନ୍ନାଇରେ ୨,୧୪୧ ଟଙ୍କା ରହିଛି।  ଗତ ମାସ ଜୁଲାଇରେ ଘରୋଇ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପାଇଥିଲା । ଏହାପରେ ରାଷ୍ଟ୍ରାୟତ୍ତ ପେଟ୍ରୋଲିୟମ କମ୍ପାନୀଗୁଡ଼ିକ ୧୪.୨ କିଲୋଗ୍ରାମ ଘରୋଇ ରନ୍ଧନ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୫୦ ଟଙ୍କା ବୃଦ୍ଧି କରିଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com