ଓଡ଼ିଶା

ରାଜ୍ୟରେ ଆଉ ୧୯ ମୁଣ୍ଡ ନେଲା କରୋନା, ମୃତକଙ୍କ ସଂଖ୍ୟା ୮୯୪୫ ଛୁଇଁଲା

ଭୁବନେଶ୍ୱର() ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୫୨ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ ରହିଥିବା ବେଳେ କେନ୍ଦ୍ରାପଡ଼ା, କେନ୍ଦୁଝର, ସୋନପୁର, ନୟାଗଡ଼, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୯୮୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୪୩୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୬୧୪୬୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୫୯୫୨୬୯ସାମ୍ପୁଲ ଟେଷ୍ଟ୍ ହୋଇଛି ।

 

Related Articles

Back to top button
WP Twitter Auto Publish Powered By : XYZScripts.com