ଖବର ଅନୁଯାୟୀ, ଶେଷ ରଜରେ ଓଡିଶା ଛୁଇଁଥିଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ପ୍ରଭାବରେ ଦକ୍ଷିଣ ଓଡିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଥିଲା । କିନ୍ତୁ ପରେ ପାଗ ଅନୁକୁଳ ନଥିବାରୁ ଆଗକୁ ବଢିପାରୁନଥିଲା ମୌସୁମୀ ବାୟୁ । ଏବେ ପାଗ ଅନୁକୁଳ ହେବାରୁ ଆଗକୁ ବଢିଛି ମୌସୁମୀ ବାୟୁ । ଧୀରେ ଧୀରେ ଏବେ ପୁରା ରାଜ୍ୟକୁ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଯାହାଫଳରେ ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ସାରା ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଥିବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଟ୍ୱିଟ୍ ଯୋଗେ ଏହି ସୂଚନା ଦିଆଯାଇଛି ।