ଜାତୀୟ

ବ୍ରେନ୍‌ ରିସର୍ଚ୍ଚ ସେଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ବେଙ୍ଗାଲୁରୁ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ କର୍ନାଟକ ଗସ୍ତରେ ଯାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତାଙ୍କର ଦୁଇ ଦିନିଆ ଗସ୍ତରେ କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ପହଞ୍ଚିଛନ୍ତି। ଏହି ଅବସରରେ ସେ ୨୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରେଳ ଏବଂ ସଡକ ଭିତ୍ତିଭୂମି ପ୍ରକଳ୍ପର ଉଦ୍‌ଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ଏଠାରେ ପହଞ୍ଚିବା ପରେ ସେ ନୂତନ ଭାବରେ ନିର୍ମିତ ବ୍ରେନ୍‌ ରିସର୍ଚ୍ଚ ସେଣ୍ଟର ଏବଂ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ସାଇନ୍ସରେ ଡାଃ ବି.ଆର ଆମ୍ବେଦକରଙ୍କ ଏକ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ। ଏହି ସମୟରେ କର୍ନାଟକ ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ। ଆସନ୍ତାକାଲି ଅର୍ଥାତ୍‌ ଜୁନ ୨୧ ଯୋଗ ଦିବସରେ ମଧ୍ୟ ପ୍ରଧାନମନ୍ତ୍ରୀ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ମୋଦି ମହୀଶୁର ପ୍ୟାଲେସ ପଡିଆରେ ଏକ ଯୋଗ ପ୍ରଦର୍ଶନରେ ଅଂଶଗ୍ରହଣ କରିବେ।

Related Articles

Back to top button
WP Twitter Auto Publish Powered By : XYZScripts.com