ଓଡ଼ିଶା

ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକ୍‌ ବ୍ୟାନ୍‌: ଆଇନ୍‌ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୭/୦୮/୨୦୨୨-  ଥରେ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ୍ ନିଷିଦ୍ଧ ଆଇନକୁ କଡ଼ାକଡ଼ି ଭାବେ ସାରା ରାଜ୍ୟରେ  ଲାଗୁ କରିବା ପାଇଁ  ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟସ୍ତରୀୟ  ଟାସ୍କ ଫୋର୍ସ କମିଟି ବୈଠକରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ, ଡି.ଏଫ୍.ଓ ଏବଂ ସମ୍ପୃକ୍ତ ବିଭାଗର କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।

ନିଜ ନିଜ ଜିଲ୍ଲା ଓ ବନଖଣ୍ଡରେ ହାଟ ବଜାର, ପର୍ଯ୍ୟଟନସ୍ଥଳୀ, ସାଧାରଣ ସମାଗମ ସ୍ଥାନ ଆଦିରେ ପ୍ଲାଷ୍ଟିକ୍ ବ୍ୟବହାର ବାରଣର ଅନୁପାଳନ ବିଷୟରେ ମାସିକ ରିପୋର୍ଟ୍ ଦେବାପାଇଁ ଅଧିକାରୀମାନଙ୍କୁ କୁହାଯାଇଛି। ଏହାସହ  ରାସ୍ତା ନିର୍ମାଣ ଏବଂ ସିମେଣ୍ଟ ପ୍ରସ୍ତୁତିରେ ଅଧିକ ପ୍ଲାଷ୍ଟିକ୍ ବର୍ଜ୍ୟ ବ୍ୟବହାର କରିବାକୁ  ମୁଖ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com