ଓଡ଼ିଶା

ଦ୍ରୌପଦୀଙ୍କୁ ମିଳିଲା Z+ସୁରକ୍ଷା , ନିୟୋଜିତ ହେଲେ ୧୫୦ ସ୍ୱତନ୍ତ୍ର ସୁରକ୍ଷା କର୍ମୀ

ଭୁବନେଶ୍ୱର: ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ସହ ଦ୍ରୌପଦୀ ମୁର୍ମୁଙ୍କୁ ମିଳିଛି Z+ ସୁରକ୍ଷା । ଏନଡିଏ ପକ୍ଷରୁ ତାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯିବା ପରେ ଏହି ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ପ୍ରଦାନ କରାଯାଇଛି । ଯେଉଁଥିରେ ୧୦ରୁ ଅଧିକ ଏନ୍ଏସଜି ସହ ସିଆରପିଏଫ୍ କମାଣ୍ଡୋ ରହିଛନ୍ତି । ଏହି ସୁରକ୍ଷା ବ୍ୟବସ୍ଥା ୨୪ ଘଣ୍ଟିଆ ଭାବେ ତାଙ୍କ ସହ ରହିବ। ରାଇରଙ୍ଗପୁରରୁ ଭୁବନେଶ୍ୱର ଓ ପରେ ଦିଲ୍ଲୀ ଯାଏଁ କମାଣ୍ଡୋମାନେ ତାଙ୍କୁ ସୁରକ୍ଷା ଯୋଗାଇବେ । Z+ ସୁରକ୍ଷାରେ ୧୦ ଜଣ କମାଣ୍ଡୋଙ୍କୁ ମିଶାଇ ମୋଟ୍ ୧୫୦ ଜଣ ସୁରକ୍ଷାକର୍ମୀ ଥାନ୍ତି । ୫ଟି ବୁଲେଟ୍ ପ୍ରୁଫ୍ କାର୍ ବି ସୁରକ୍ଷାରେ ମୁତୟନ ହୋଇଛି । ପ୍ରଧାନମନ୍ତ୍ରୀ ମୋଦି, ଗୃହମନ୍ତ୍ରୀ ଅମିତ ଶାହ, ରାହୁଲ ଗାନ୍ଧି, ବ୍ୟବସାୟୀ ମୁକେଶ ଅମ୍ବାନୀ ଭଳି ବ୍ୟକ୍ତି ବିଶେଷଙ୍କୁ Z+ ସୁରକ୍ଷା ଦିଆଯାଉଛି। ମଙ୍ଗଳବରାତିରୁ ଦ୍ରୌପଦୀଙ୍କ ରାଇରଙ୍ଗପୁର ସ୍ଥିତ ଘରେ ସୁରକ୍ଷା କର୍ମୀ ନିୟୋଜିତ ହୋଇଛନ୍ତି । ଦ୍ରୌପଦୀ ବୁଧବାର ଦିଲ୍ଲୀ ଗସ୍ତରେ ଯିବେ ।

Related Articles

Back to top button
WP Twitter Auto Publish Powered By : XYZScripts.com