ଓଡ଼ିଶା

୨୬ ଯାଏ ପ୍ରବଳ ବର୍ଷା , ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲା ସମେତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ୨୨ରୁ ୨୫ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ୧୩ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୋନପୁର, ବୌଦ୍ଧ, ବରଗଡ଼, ନବରଙ୍ଗପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଯାଜପୁର ଓ ମୟୂରଭଞ୍ଜ କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରାଜ୍ୟକୁ ମୌସୁମୀ ଅଗ୍ରସର ହେବା ସହ ୨୧ ତାରିଖ ସୁଦ୍ଧା ବର୍ଷା ପରିମାଣ ୭୮.୭ ମି.ମି. ସହ ୭ ଦିନରେ ୪୨% ନିଅଣ୍ଟିଆ ଭରଣ ହୋଇ ବର୍ତ୍ତମାନ ସ୍ୱାଭାବିକ ବର୍ଷା ଠାରୁ ୩୮% କମ ରହିଛି। ଆସନ୍ତା ୨୪ ତାରିଖରେ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପ୍ରଭାବରେ ରାଜ୍ୟରେ ୨୩ରୁ ବର୍ଷା ବଢ଼ିବ। ଉତ୍ତର ଓଡ଼ିଶାରେ ୨୬ ତାରିଖ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।

Related Articles

Back to top button
WP Twitter Auto Publish Powered By : XYZScripts.com