ଓଡ଼ିଶା

ଘୂର୍ଣ୍ଣିବଳୟ ପ୍ରଭାବରେ ଦୃଢ ହେଉଛି ମୌସୁମୀ , ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଘୂର୍ଣ୍ଣିବଳୟ ପ୍ରଭାବରେ ସଶକ୍ତ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଏଥିପାଇଁ ଆଜି ୧୯ଟି ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର ଆଦି ରେ ୱାର୍ଣ୍ଣିଂ ଜାରି ହୋଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ୨୭ ତାରିଖ ପର୍ଯ୍ୟନ୍ତ ଜାରି ରହିପାରେ ବର୍ଷା । ରାଜ୍ୟରେ ବର୍ଷାର ପରିମାଣ ବଢ଼ିଥିଲେ ମଧ୍ୟ ସ୍ୱାଭାବିକଠାରୁ ୩୮ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ୬ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ୨୪ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । ଗୁରୁବାର ପଶ୍ଚିମ , ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com