ଓଡ଼ିଶା

ଥାନା ସାମ୍ନାରେ ନିଜକୁ ଜାଳିଦେଲେ ଯୁବକ

ଥାନା ଆଗରେ ଦେହରେ ନିଆଁ ଲଗାଇଲେ ଯୁବକ । ଯୁବକ ଜଣଙ୍କ ଦେହରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । କଟକ ଜିଲ୍ଲା କିଶନନଗର ଥାନା ସମ୍ମୁଖରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । ଫଳରେ ଯୁବକଙ୍କ ଶରୀରର ପ୍ରାୟ ୯୦ଭାଗ ଜଳିଯାଇଛି । ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସଂପୃକ୍ତ ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଛି । ତେବେ କେଉଁ କାରଣରୁ ଯୁବକ ଜଣଙ୍କ ଦେହରେ ନିଆଁ ଲଗାଇଲେ ତାହା ବର୍ତ୍ତମାନ ସୁଦ୍ଧା ଜଣା ପଡିନାହିଁ ।

Related Articles

Back to top button
WP Twitter Auto Publish Powered By : XYZScripts.com