ଓଡ଼ିଶା

ଏକାଦଶୀରେ ଶ୍ରୀଜିଉଙ୍କୁ ଲାଗି ହେବ ଦଶମୂଳ ରିଷ୍ଟ ,ସମ୍ପୂର୍ଣ୍ଣ ସୁସ୍ଥ ହେବେ ମହାପ୍ରଭୁ

ସମ୍ପୂର୍ଣ୍ଣ ସୁସ୍ଥ ହେବେ ମହାପ୍ରଭୁ । ଆଜି ଖଳି ଲାଗି ଏକାଦଶୀ ତିଥିରେ ମହାପ୍ରଭୁଙ୍କ ଠାରେ ଦଶମୂଳ ମୋଦକ ଲାଗି କରାଯିବ। ଏହାପରେ ଅସୁସ୍ଥ ଥିବା ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ । ଅଣସର ଘରେ ନୀତି ସମ୍ପାଦନ କରିବେ ଦଇତାପତି ସେବାୟତ । ଗତକାଲି ଦଶମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚକା ବିଜେ ନୀତି ଅନୁଷ୍ଠିତ ହୋଇଥିବା ବେଳେ ଶ୍ରୀ ବୈଦ୍ୟଙ୍କ ଘରୁ ପ୍ରସ୍ତୁତ ଦଶମୂଳ ଔଷଧ ଗାରଦରେ ଜିମା ଦିଆଯାଇଛି । ଦୀର୍ଘଦିନ ଜ୍ୱରରେ ପୀଡିତ ହୋଇ ଅଣସର ପିଣ୍ଡିରେ ବିଶ୍ରାମ ନେଉଥିବା ଶ୍ରୀଜୀଉ ଗତକାଲି ଉଠି ବସିଛନ୍ତି । ଆଜି ମହାପ୍ରଭୁ ବାରଲାଗି ଖଣ୍ଡୁଆପାଟ ପରିଧାନ କରିବେ। ତୁଳସୀ ଲାଗି କରିବା ପରେ ମହାପ୍ରଭୁଙ୍କୁ ଦଶମୂଳ ଲାଗି କରାଯିବ। ଅଣସର ୧୨ଦିନ ଧରି ଜ୍ୱର ଯୋଗୁଁ ଘଣ୍ଟ ବାଜିବା ବନ୍ଦ ରହିଥିଲା। ଆଜି ଖଳି ଲାଗି ସମୟରେ ଘଣ୍ଟ ଓ କାହାଳୀ ବଜାଇ ଶ୍ରୀଜୀଉମାନେ ସୁସ୍ଥ ହେଉଥିବା ବାର୍ତ୍ତା ଭକ୍ତଙ୍କୁ ଜଣାଇବାର ପରମ୍ପରା ରହିଛି । ଆସନ୍ତାକାଲି ଅଣସର ଦ୍ୱାଦଶୀରେ ଶ୍ରୀନହରକୁ ରାଜପ୍ରସାଦ ବିଜେ କରିବ ଏବଂ ମହାପ୍ରଭୁଙ୍କ ସୁସ୍ଥତାର ଖବର ଗଜପତି ମହାରାଜାଙ୍କୁ ପ୍ରଦାନ କରାଯିବ।

Related Articles

Back to top button
WP Twitter Auto Publish Powered By : XYZScripts.com