ଓଡ଼ିଶା

ଆସନ୍ତା ୨୪ ଘଣ୍ଟାରେ ୧୪ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ପାଇଁ ୧୪ଟି ଜିଲ୍ଲା ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ ଆଦି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ମାସ ଶେଷ ବେଳକୁ ଓଡ଼ିଶା ନିକଟବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ଉତ୍ତର-ପଶ୍ଚିମ ଦିଗରେ ମୁହାଁଇବ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୯ରୁ ମୌସୁମୀ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ପାଇଁ ଅନୁକୂଳ ସ୍ଥିତି ସୃଷ୍ଟି ହୋଇପାରେ । ୧ରୁ ୭ ତାରିଖ ଭିତରେ ରାଜ୍ୟରେ ଭଲ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com