ଓଡ଼ିଶା

୧୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ଥିବାରୁ ଆଜି ଓ ଆସନ୍ତାକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଆକଳନ କରାଯାଇଛି । ତେବେ ୨୮ ଓ ୨୯ ତାରିଖରେ ପୁଣି ବର୍ଷା ହେବ। ଆଜି ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ମଧ୍ୟ ଆଜି ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ାଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ କରାଯାଇଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ହେବାର ସମ୍ଭାବନାକୁ ନେଇ ପାଣିପାଗ କେନ୍ଦ୍ର ୱାର୍ଣ୍ଣିଂ ଜାରି କରିଛି। ମୌସୁମୀ ଛୁଇଁବା ପରେ ରାଜ୍ୟରେ ବର୍ଷା ସ୍ୱାଭାବିକ ରହିଛି । ରାଜଧାନୀ ଓ ସଂଲଗ୍ନ ସ୍ଥାନଗୁଡ଼ିକର ଦିନ ତାପମାତ୍ରା ୩୨ ଡିଗ୍ରି ମଧ୍ୟରେ ରହିବ।

Related Articles

Back to top button
WP Twitter Auto Publish Powered By : XYZScripts.com