ଓଡ଼ିଶା

ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି

ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ଘଣାଲାଗି ନୀତି । ଶନିବାର ବିଳମ୍ବିତ ରାତିରୁ ଦଇତାପତି ସେବକମାନେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ରବିବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ଏହି ନୀତିକାନ୍ତି ଚାଲିବ। ଅଣସର ତ୍ରୟୋଦଶୀରେ ଘଣା ଲାଗି ଓ ଶ୍ରୀପୟର ମୁଦ ଉପଲକ୍ଷେ ପାଟଡୋର ଓ ଖଳି ପ୍ରସାଦ ଲାଗି ହୋଇଥାଏ । ଅଣସର ଗୃହରେ ଗୋପନୀୟ ଭାବେ ଶ୍ରୀଜିଉଙ୍କୁ ଘଣା ଲାଗି ପରେ ଖଳି ଲାଗି ଓ ତତ୍ପରେ ଖଡ଼ି ଲାଗି ହୋଇଥାଏ । ଘଣ୍ଟ, ଛତ୍ର, କାହାଳି ସହ ଖଳି ପ୍ରସାଦକୁ ସୁଦ୍ଧ ସୁଆରଙ୍କ ଘରୁ ଶ୍ରୀମନ୍ଦିରକୁ ବିଜେ କରାଯାଇଥାଏ । ଏହା ପରେ ଅସୁସ୍ଥ ମହାପ୍ରଭୁ ନବଯୌବନପ୍ରାପ୍ତି ହେବେ। ଘଣାଲାଗି ନୀତି ଅନୁଯାୟୀ, ମହାପ୍ରଭୁଙ୍କଠାରେ ଲାଗିଥିବା ପୁରୁଣା ବାସୁଙ୍ଗାପାଟକୁ ଖୋଲାଯାଇ ମା’ ଲକ୍ଷ୍ମୀଙ୍କ ମନ୍ଦିରରେ ନିର୍ମାଣ ହୋଇଥିବା ନୂଆ ବାସୁଙ୍ଗାପାଟ ଲାଗି କରାଯିବ। ଏହା ପରେ ଶ୍ରୀଅଙ୍ଗରେ ଶ୍ରୀମୁଖ ହୋତା ଲାଗି ହେବ। ଶ୍ରୀମୁଖ ଶୃଙ୍ଗାର ସେବକ ଦତ୍ତମହାପାତ୍ରଙ୍କ ଘରୁ ଖଡ଼ିପ୍ରସାଦ ବିଜେ ହେବ। ଅଣସର ଘରେ ପହଞ୍ଚିବା ପରେ ଶ୍ରୀମୁଖ ହୋତା ଉପରେ ଏହି ଖଡି ପ୍ରସାଦ ଲାଗି ହେବ।

Related Articles

Back to top button
WP Twitter Auto Publish Powered By : XYZScripts.com