ଅନ୍ୟାନ୍ୟ

ବିଜେପିକୁ ଉଚିତ ଜବାବ ଦେବେ ପଦ୍ମପୁରବାସୀ : ବିଜେଡି

ଭୁବନେଶ୍ୱର, ୦୩/୧୨/୨୦୨୨-  ପଦ୍ମପୁର ଉପନିର୍ବାଚନରେ ପଦ୍ମପୁର ମାଟିର ଝିଅ ବର୍ଷା ସିଂ ବରିହା ବିଜେଡି ପ୍ରାର୍ଥୀନୀ ଭାବେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ତେବେ ଏହି ନିର୍ବାଚନରେ ପରାଜୟ ନିଶ୍ଚିତ ବୋଲି ଜାଣିବା ପରେ ଭାରତୀୟ ଜନତା ପାର୍ଟି ହତାଶ ହୋଇ ପଡ଼ିଛି । ତେଣୁ ବିଜେପିର କିଛି ବଡ଼ ବଡ଼ ନେତା ବର୍ଷାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଅତି ନିମ୍ନସ୍ତରର କୁତ୍ସାରଟନା କରୁଛନ୍ତି, ସଭାସମିତି ଓ ଗଣମାଧ୍ୟମରେ ଅଶାଳୀନ ମନ୍ତବ୍ୟ ଦେଉଛନ୍ତି ।

ବିଜେପିର ଏହି ହୀନ ରାଜନୀତିକୁ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟସଭା ସାଂସଦ ସୁଲତା ଦେଓ, ମୁଖପାତ୍ର ଏଲିନା ଦାସ ଏବଂ ଇପସିତା ସାହୁ ପ୍ରମୁଖ ବିଜୁ ଜନତା ଦଳ ପକ୍ଷରୁ ଏହାକୁ ତୀବ୍ର ନିନ୍ଦା କରିଛନ୍ତି । କଥା କଥାକେ ଧର୍ମ ଓ ପରମ୍ପରାର କଥା କହୁଥିବା ଭାରତୀୟ ଜନତା ପାର୍ଟିର ଓଡ଼ିଶାର କିଛି ନେତା ଏବେ ନାରୀଙ୍କୁ ସମ୍ମାନ ଦେବା ଦୂରେ ଥାଉ ନାରୀଙ୍କ ପ୍ରତି ଆଚରଣ ଓ ଉଚ୍ଚାରଣରେ ଶାଳୀନତାର ସମସ୍ତ ସୀମା ଟପି ଯାଇଛନ୍ତି।

ଅନ୍ୟପକ୍ଷରେ ପଦ୍ମପୁରରେ ପରାଜୟ ଭୟରେ ହତାଶ ହୋଇ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ମଧ୍ୟ ବର୍ଷାଙ୍କ ବ୍ୟକ୍ତିଗତ ଜୀବନକୁ ଆକ୍ଷେପ କରି ଅଶାଳୀନ ମନ୍ତବ୍ୟ ଦେଉଛନ୍ତି । ଯିଏ ନାରୀଙ୍କୁ ସମ୍ମାନ ଦେବା ଜାଣି ନାହିଁ, ମାତୃଜାତି ଏବଂ ଓଡ଼ିଶାର ସଂସ୍କୃତିକୁ ଅପମାନ କରୁଛି, ସେଭଳି ନେତାଙ୍କୁ ସ୍ୱାଭିମାନୀ ପଦ୍ମପୁରବାସୀ କେବେବି ନିଜର ପ୍ରତିନିଧି ରୂପେ ବାଛିବେ ନାହିଁ ।

ପଦ୍ମପୁର ନିର୍ବାଚନ ପାଇଁ ଏଯାଏ ଭୋଟ ପଡ଼ି ନଥିଲେ ମଧ୍ୟ ବିଜେପି ଏହା ହାରି ସାରିଛି । ତେଣୁ ତାଙ୍କ ଦଳର ନେତାମାନେ ହତାଶ ଓ ବିଚଳିତ ହୋଇ ଏଭଳି ବିଭ୍ରାନ୍ତିକର ମନ୍ତବ୍ୟ ଦେଉଛନ୍ତି । ବର୍ଷାଙ୍କ ପ୍ରତି ବିଜେପିର ନେତାମାନେ ଯେଭଳି କୁତ୍ସିତ ମନ୍ତବ୍ୟ ଦେଇଛନ୍ତି; ତାହା ଓଡ଼ିଶାବାସୀ କେବେବି ବରଦାସ୍ତ କରିବେ ନାହିଁ। ପଦ୍ମପୁରବାସୀ ମଧ୍ୟ ସେମାନଙ୍କୁ କେବେ କ୍ଷମା ଦେବେ ନାହିଁ ଏବଂ ନିର୍ବାଚନରେ ଏହାର ଉଚିତ ଜବାବ ଦେବେ ।

 

Related Articles

Back to top button
WP Twitter Auto Publish Powered By : XYZScripts.com