ଓଡ଼ିଶା

ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା; ଗତ ୨୪ ଘଣ୍ଟାରେ ୩୪୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୦୩/୦୭/୨୦୨୨ : ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରୁ ୩୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୨୦୨ ଜଣ ହୋଇଥିବା ବେଳେ ସ୍ଥାନୀୟ ଅଂଚଳରୁ ୧୪୪ ସଂକ୍ରମିତ ରହିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୯ ଓ ଦ୍ଵିତୀୟରେ କଟକରୁ ୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ପରେ, ସିଏମସି ପକ୍ଷରୁ ଶନିବାର ଠାରୁ କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ସେପଟେ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬,୧୦୩ ସଂକ୍ରମିତ  ଚିହ୍ନଟ ହୋଇଥିବା ବେଳେ ୩୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି ସଂଖ୍ୟାକୁ ମିଶାଇ ଦେଶରେ ଦୈନିକ ପଜିଟିଭିଟି ହାର ୪.୨୭ରେ ପହଂଚିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com