ଓଡ଼ିଶା

ଆସନ୍ତାକାଲି ସୃଷ୍ଟି ହେବ ଲଘୁଚାପ, ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ତୁହାକୁ ତୁହା ବର୍ଷାରେ ଭିଜିବ ଓଡ଼ିଶା । ଆସନ୍ତାକାଲି ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ସାରା ରାଜ୍ୟରେ ହେବ ପ୍ରବଳ ବର୍ଷା । ବାଂଲାଦେଶ ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୩ରୁ ୪ଦିନ ମଧ୍ୟରେ ଆଭ୍ୟନ୍ତରଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ଉପକୂଳ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ୧୧ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ । ବାଲେଶ୍ବର, ଭଦ୍ରକ, ଗଜପତି ସହ ଉପକୂଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ସେହିପରି ଯାଜପୁର, ଢେଙ୍କାନାଳ, କଟକ, ସମ୍ବଲପୁର, ଅନୁଗୁଳ ଓ କୋରାପୁଟ ଜିଲ୍ଲାରେ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com