ଓଡ଼ିଶା

ରାଜ୍ୟରେ ସକ୍ରିୟ ମୌସୁମୀ ବାୟୁ; ୪ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ପରେ ରାଜ୍ୟରେ ଜାରି ରହିଛି ବର୍ଷା। ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ଉପତ୍ୟକା ଉପରେ କେନ୍ଦ୍ରୀଭୂତ ହୋଇଛି ଘୂର୍ଣ୍ଣିବଳୟ । ପ୍ରଭାବରେ ୫ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ୧୧୦ ମିଲିମିଟରରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୪ ଘଣ୍ଟା ପର୍ଯ୍ୟନ୍ତ ୪ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି । ସତର୍କ ରହିବା ପାଇଁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଏସ୍ଆରସିଙ୍କ ଚିଠି ।

ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ସହ ତଳିଆ ଅଞ୍ଚଳରୁ ଜଳ ନିଷ୍କାସନ କରିବା ପାଇଁ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡିକରେ ବର୍ଷା ଲାଗି ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ବୌଦ୍ଧ, ନୟାଗଡ, କନ୍ଧମାଳ ଏବଂ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ପାଇଁ ଖୋର୍ଦ୍ଧା ପୁରୀ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Related Articles

Back to top button
WP Twitter Auto Publish Powered By : XYZScripts.com