ଓଡ଼ିଶା

କନ୍ଧମାଳରେ ମାଓ ବ୍ୟାନର, ୨୪ ଘଣ୍ଟିଆ ବନ୍ଦ ପାଳନ କରିବାକୁ ଆହ୍ୱାନ

ବାଲିଗୁଡା: କନ୍ଧମାଳରେ ମାଓ ସଙ୍ଗଠନ ପୁଣି ନିଜର ସ୍ଥିତି ଜାହିର କରିଛନ୍ତି । ଜିଲ୍ଲାର ବାଲିଗୁଡ଼ା ଥାନା ଲଣ୍ଡା ଗାଁ,ଖମଣଖୋଲ ଓ ତୁମୁଡ଼ିବନ୍ଧ ଥାନା କୁର୍ତ୍ତମଗଡ଼ ଅଞ୍ଚଳରେ ମାଓ ସଙ୍ଗଠନ ପକ୍ଷରୁ ପୋଷ୍ଟର ବ୍ୟାନର ଲଗାଯାଇଛି । ମଇ ୨୦ ତାରିଖ ଓଡ଼ିଶା-ପୂର୍ବ ଛତିଶଗଡ଼ ୨୪ ଘଣ୍ଟିଆ ବନ୍ଦ ପାଳନ କରିବାକୁ ବ୍ୟାନର ପୋଷ୍ଟର ମାଧ୍ୟମରେ ଆହ୍ୱାନ ଦିଆଯାଇଛି । ମୁକୁନ୍ଦ କହଁର ହତ୍ୟାକାରୀ ପୋଲିସ୍ କର୍ମଚାରୀଙ୍କୁ କଠିନରୁ କଠିନ ଦଣ୍ଡ ଦିଆଯାଉ, ଆଗାମୀ ଦିନରେ ପୋଲିସ୍ ଓ ସିଆରପିଏଫ୍ ଗୁଣ୍ଡାଙ୍କ ଅତ୍ୟାଚାର ଓ ହତ୍ୟା ବିରୋଧରେ ସ୍ଥାନୀୟ ଜନତା ବିଦ୍ରୋହ ଆରମ୍ଭ କରନ୍ତୁ ବୋଲି ବ୍ୟାନରରେ ଉଲ୍ଲେଖ ଥିବା ଦେଖିବାକୁ ମିଳିଛି । ଗତ ଫେବୃଆରୀ ମାସରେ ପୋଲିସକୁ ଟାର୍ଗେଟ କରି ଆଇଇଡି ଖଞ୍ଜା ଯାଇଥିଲା କିନ୍ତୁ ଦୁର୍ଭାଗ୍ୟ ବଶତଃ ସାମ୍ବାଦିକ ରୋହିତ ବିଶ୍ଵାଳଙ୍କ ମୃତ୍ୟୁ ଘଟିଥିଲା ।ଏହି ଦୁଃଖଦ ଘଟଣା ପାଇଁ ଆମେ ଜନତାଙ୍କୁ ଓ ମୃତକଙ୍କ ପରିବାରକୁ କ୍ଷମା ମାଗୁଅଛୁ । ଏହି ଘଟଣା ପାଇଁ ପୋଲିସ ଦାୟୀ ଅଟେ ବୋଲି ପୋଷ୍ଟରରେ ଉଲ୍ଲେଖ ଥିବା ଦେଖିବାକୁ ମିଳିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com