ଓଡ଼ିଶା

ରଥଯାତ୍ରା ଅବଧି ମଧ୍ୟରେ ସନ୍ଧ୍ୟା ଦର୍ଶନ, ବାହୁଡା ଏବଂ ସୁନା ବେଶ ପାଇଁ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର:  ତୀର୍ଥଯାତ୍ରୀମାନଙ୍କ ସୁବିଧାଜନକ ଯାତ୍ରା ପାଇଁ ରେଳ ମନ୍ତ୍ରଣାଳୟ ରଥ ଯାତ୍ରା (କାର୍ ଫେଷ୍ଟିଭାଲ୍) ଅବଧି ସମୟରେ ପୁରୀକୁ ଏବଂ ପୁରୀ ଠାରୁ 205 ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳର ବ୍ୟବସ୍ଥା କରିଛି | ଗୁଣ୍ଡିଚା ଯାତ୍ରା ଶେଷ ହୋଇସାରିଥିବାରୁ ସାନ୍ଧ୍ୟା ଦର୍ଶନ, ବାହୁଡା ଯାତ୍ରା ଏବଂ ସୁନା ବେଶ ପାଇଁ ମଧ୍ୟ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ | ଅଧିକ ଭକ୍ତଙ୍କୁ ଦୃଷ୍ଟିରେ ରଖି ରେଳବାଇ ମଧ୍ୟ ସୁନା ବେଶ ପରଦିନ ଅଧିକ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ମଧ୍ୟ ଯୋଜନା କରିଛି | ଯାତ୍ରୀମାନଙ୍କ ସୁବିଧା ପାଇଁ ପୂର୍ବ ତଟ ରେଳପଥ କେତେକ ଦୂରଗାମୀ ସ୍ୱତନ୍ତ୍ର ଟ୍ରେନରେ ସଂରକ୍ଷିତ ଶ୍ରେଣୀ ଯାତ୍ରା ଉପଲବ୍ଧ କରାଇବାପାଇଁ ଆବଶ୍ୟକ ପଦକ୍ଷେପ ନେଇଛି | ରଥଯାତ୍ରା ଅବଧି ସମୟରେ ଭୁବନେଶ୍ୱର ଓ ପୁରୀ ମଧ୍ୟରେ ଦୈନିକ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରୁଅଛି | 02891/02810 ଭୁବନେଶ୍ୱର-ପୁରୀ-ଭୁବନେଶ୍ୱର ବିଶେଷ ଟ୍ରେନ ଜୁଲାଇ ମାସ ପହିଲା ଠାରୁ 11 ତାରିଖ ମଧ୍ୟରେ ଭୁବନେଶ୍ୱର ଠାରୁ ପୂର୍ବାହ୍ନ ୧୦ଘ.୦୫ମି.ରେ ପୁରୀକୁ ଯାତ୍ରା କରୁଥିବାବେଳେ ଏହା ପୁରୀ ଠାରୁ ଅପରାହ୍ନ ୩ଘ.୧୦ମି.ରେ ଛାଡି ଭୁବନେଶ୍ୱର ଯାତ୍ରା କରୁଛି | ସେହିଭଳି, ତୀର୍ଥଯାତ୍ରୀ ମାନଙ୍କ ସୁବିଧା ପାଇଁ ତିନି ଯୋଡା ଦୈନିକ ବିଶେଷ ଟ୍ରେନ ଖୋର୍ଦ୍ଧା ରୋଡ଼ ଓ ପୁରୀ ମଧ୍ୟରେ ଏବଂ ଦୁଇ ଯୋଡ଼ା ମହୀପୁର ଓ ପୁରୀ ମଧ୍ୟରେ 2 ଜୁଲାଇରୁ 7 ଜୁଲାଇ, 2022 ପର୍ଯ୍ୟନ୍ତ ଚଳାଚଳ କରୁଅଛି | ଏହା ବ୍ୟତୀତ, ଯାତ୍ରୀ ମାନଙ୍କ ଚାହିଦାକୁ ଦୃଷ୍ଟିରେ ରଖି ଆହୁରି ବିଶେଷ ଟ୍ରେନ ଚଳାଚଳ ପାଇଁ ମଧ୍ୟ ଯୋଜନା କରାଯାଇଅଛି | ସନ୍ଧ୍ୟା ଦର୍ଶନ ଦିନ ଅର୍ଥାତ 8 ଜୁଲାଇ, 2022 ରେ 7 ଯୋଡି ସ୍ପେଶାଲ ଟ୍ରେନ (ମହିପୁରରୁ 3 ଯୋଡି ଏବଂ ଖୋର୍ଦ୍ଧା ରୋଡରୁ 4 ଯୋଡି) ପୁରୀ ଏବଂ ଖୋର୍ଦ୍ଧା ରୋଡ଼/ମହୀପୁର ମଧ୍ୟରେ ଚଳାଚଳ କରିବ | ଏହା ବ୍ୟତୀତ, 08933/08934 ବିଶାଖାପାଟନମ୍-ପୁରୀ-ବିଶାଖାପାଟନମ୍ ସ୍ପେଶାଲ୍ ବିଶାଖାପାଟନମ୍ ଠାରୁ 08.07.2022 ଅପରାହ୍ନ ୨ଘ.୩୦ମି.ରେ ଛାଡି ପୁରୀ ଆଡକୁ ଯିବ | ଫେରିବା ମାର୍ଗରେ, ଏହି ଟ୍ରେନ୍ ପୁରୀଠାରୁ 09.07.2022 ରାତ୍ରି ୮ଘ.୨୫ମି.ରେ ଛାଡି ବିଶାଖାପାଟନମ୍ ଅଭିମୁଖେ ଯାତ୍ରା କରିବ | 08937/08938 ଜୁନାଗଡ ରୋଡ୍-ପୁରୀ-ଜୁନାଗଡ ରୋଡ୍ ସ୍ପେଶାଲ୍ ଜୁନାଗଡ ରୋଡ଼ ଠାରୁ 08.07.2022 ପୂର୍ବାହ୍ନ ୧୧ଘଟିକାରେ ଛାଡି ପୁରୀ ଯିବ | ଫେରିବା ମାର୍ଗରେ ଏହି ଟ୍ରେନ୍ ପୁରୀ ଠାରୁ 09.07.2022 ସନ୍ଧ୍ୟା ୭ଘଟିକାରେ ଛାଡି ଜୁନାଗଡ ରୋଡ୍ ଯାତ୍ରା କରିବ | 08945/08946 ସମ୍ବଲପୁର-ପୁରୀ- ସମ୍ବଲପୁର ସ୍ପେଶାଲ ସମ୍ବଲପୁର ଠାରୁ 08.07.2022 ରାତ୍ରି ୯ଘ.୩୦ମିରେ ଛାଡି ପୁରୀ ଯିବ | ଫେରିବା ମାର୍ଗରେ ଏହା 09.07.2022 ରାତ୍ରି ୧୧ଘ.୧୫ମିରେ ପୁରୀ ଠାରୁ ଛାଡି ସମ୍ବଲପୁର ଅଭିମୁଖେ ଯାତ୍ରା କରିବ | 08941/08942 ଗୁଣୁପୁର-ପୁରୀ-ଗୁଣୁପୁର ସ୍ପେଶାଲ୍ ଗୁଣୁପୁର ଠାରୁ 09.07.2022 ଭୋର ୩ଘ.୧୫ମିରେ ଛାଡି ପୁରୀ ଆଡକୁ ଯିବ | ଫେରିବା ମାର୍ଗରେ ଏହା ପୁରୀକୁଠାରୁ 09.07.2022 ରାତ୍ରି ୮ଘ.୪୦ମି.ରେ ଛାଡି ଗୁଣୁପୁର ଅଭିମୁଖେ ଯାତ୍ରା କରିବ | ବାହୁଡା ଯାତ୍ରା ତଥା 9 ଜୁଲାଇ, 2022 ରେ ପାରାଦୀପ, ମହିପୁର, କଟକ, ବ୍ରହ୍ମପୁର, ଭଦ୍ରକ, ଖୋର୍ଦ୍ଧା ରୋଡ୍, କେନ୍ଦୁଝରଗଡ଼ ଠାରୁ 10 ଯୋଡି ସ୍ୱତନ୍ତ୍ର ଟ୍ରେନ୍ ପୁରୀ ଯାତ୍ରା କରି ପୁଣି ଫେରିବ |ସୁନାବେଶ ଦିବସରେ, 10 ଜୁଲାଇ, 2022 ରେ ପାରାଦୀପ, ମହିପୁର, କଟକ, ବ୍ରହ୍ମପୁର, ଭଦ୍ରକ, ଖୋର୍ଦ୍ଧା ରୋଡ୍, କେନ୍ଦୁଝରଗଡ଼ ଠାରୁ 11 ଯୋଡି ସ୍ୱତନ୍ତ୍ର ଟ୍ରେନ୍ ପୁରୀ ଯାତ୍ରା କରି ପୁଣି ଫେରିବ | 08971/08972 ଜୁନାଗଡ ରୋଡ୍-ପୁରୀ-ଜୁନାଗଡ ରୋଡ୍ ସ୍ପେସିଆଲ୍ 10.07.2022 ଦିନ ଜୁନାଗଡ ରୋଡ୍ ଠାରୁ ଭୋର ୫ଘ.୩୦ମି.ରେ ଛାଡି ପୁରୀ ଯାତ୍ରା କରିବ | ଫେରିବ ମାର୍ଗରେ ଏହା 11.07.2022 ଦିନ ପୁରୀ ଠାରୁ 0015 ଘଣ୍ଟା ରେ (10.07.2022 ମଧ୍ୟରାତ୍ରି) ଜୁନାଗଡ ରୋଡ୍ ଅଭିମୁଖେ ଯାତ୍ରା କରିବ | 08957/08958 ଗୁଣୁପୁର-ପୁରୀ-ଗୁଣୁପୁର ସ୍ପେଶାଲ 10.07.2022 ଭୋର ୦୪ଘ.୩୦ମି.ରେ ଗୁଣୁପୁର ଠାରୁ ଛାଡି ପୁରୀ ଆଡକୁ ଯିବ | ଫେରିବ ମାର୍ଗରେ ଏହି ଟ୍ରେନ୍ ପୁରୀ ଠାରୁ 10.07.2022 ରାତ୍ରି ୮ଘଟିକାରେ ଛାଡି ଗୁଣୁପୁର ଅଭିମୁଖେ ଯାତ୍ରା କରିବ | 08979/08980 ସମ୍ବଲପୁର-ପୁରୀ- ସମ୍ବଲପୁର ସ୍ପେଶାଲ ସମ୍ବଲପୁର ଠାରୁ 10.07.2022 ସକାଳ ୮ ଘଟିକାରେ ଛାଡି ପୁରୀ ଯାତ୍ରା କରିବ | ଫେରିବ ମାର୍ଗରେ ଏହି ଟ୍ରେନ ପୁରୀ ଠାରୁ 11.07.2022 ରାତ୍ରି ୨ଘଟିକାରେ (10.07.2022 ମଧ୍ୟ ରାତ୍ରି) ରେ ସମ୍ବଲପୁର ଅଭିମୁଖେ ଯାତ୍ରା କରିବ | 08975/08976 ବିଶାଖାପାଟନମ୍-ପୁରୀ-ବିଶାଖାପାଟନମ୍ ସ୍ପେଶାଲ୍ ବିଶାଖାପାଟନମ୍ ଠାରୁ 10.07.2022 ସକାଳ ୬ଘ.୩୦ମି.ରେ ଛାଡି ପୁରୀ ଅଭିମୁଖେ ଯାତ୍ରା କରିବ | ଫେରିବ ଦିଗରେ ଏହି ଟ୍ରେନ୍ ପୁରୀ ଠାରୁ 11.07.2022 ରାତ୍ରି ୧ଘଟିକାରେ (10.07.2022 ମଧ୍ୟ ରାତ୍ରି) ଛାଡି ବିଶାଖାପାଟନମ୍ ଅଭିମୁଖେ ଯାତ୍ରା କରିବ | ସୁନାବେଶ ପରଦିନ ଅର୍ଥାତ 11 ଜୁଲାଇ, 2022 ରେ 6 ଟି ସ୍ୱତନ୍ତ୍ର ଟ୍ରେନ୍ ପୁରୀରୁ ଗୁଣୁପୁର, ରାୟାଗଡା, ଭଦ୍ରକ, ବିଶାଖାପାଟନମ୍, କେନ୍ଦୁଝରଗଡ ଏବଂ ମହିପୁର ଅଭିମୁଖେ ଯାତ୍ରା କରିବ ଏବଂ ଏକ ସ୍ୱତନ୍ତ୍ର ଟ୍ରେନ୍ କେନ୍ଦୁଝରଗଡରୁ ପୁରୀ ପର୍ଯ୍ୟନ୍ତ ଚାଲିବ | 08983 ପୁରୀ-ସମ୍ବଲପୁର ସ୍ପେଶାଲ ପୁରୀ ଠାରୁ 11.07.2022 ମଧ୍ୟାହ୍ନ ୧୨ଘଟିକା ସମୟରେ ପୁରୀ ଛାଡି ସମ୍ବଲପୁର ଅଭିମୁଖେ ଯାତ୍ରା କରିବ |

Related Articles

Back to top button
WP Twitter Auto Publish Powered By : XYZScripts.com