ଭୁବନେଶ୍ବର: ଓଡିଶାର ଦକ୍ଷିଣ ପ୍ରାନ୍ତରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଉପକୂଳବର୍ତ୍ତୀ ଅଞ୍ଚଳରେ ରହିଛି । ଏହାର ପ୍ରଭାବରେ ମୌସୁମୀ ସକ୍ରିୟ ହେବା ସହ ଅଧିକ ବର୍ଷା କରାଇବ । ତେବେ ଆସନ୍ତା ୧୫ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।
୧୨ ତାରିଖ ସକାଳ ଯାଏଁ ୮ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୮ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ବର୍ଷା ସମ୍ଭାବନା ରହିଛି । ୮ ଜିଲ୍ଲା ହେଲା- କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡା ଓ ମାଲକାନଗିରି ।
ସେହିଭଳି ୧୫ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା ଯୋଗୁଁ ପାହାଡିଆ ଅଞ୍ଚଳରେ ଭୂସ୍ଖଳନର ସମ୍ଭାବନା ରହୁଛି ।