ଓଡ଼ିଶା

ରାଜ୍ୟରେ ଜାରି ରହିଛି ମୌସୁମୀ ଓ ଲଘୁଚାପ ଜନିତ ବର୍ଷା, ଆସନ୍ତା ୧୪ ଯାଏ ନାହିଁ ନିସ୍ତାର

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ମୌସୁମୀ ଓ ଲଘୁଚାପ ଜନିତ ବର୍ଷା । ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ କେନ୍ଦ୍ରୀଭୂତ ଥିବା ଲଘୁଚାପ ପ୍ରଭାବରେ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ଆସନ୍ତା ୨୪ ଘଣ୍ଟା ପାଇଁ ୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ହେଲା କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, କୋରାପୁଟ, କଳାହାଣ୍ଡି, ବଲଙ୍ଗୀର, ବରଗଡ଼ । ଏହି ଜିଲ୍ଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏହାସହ ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରଣୀ ଓଡ଼ିଶାରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାସହ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ । ଏହା ଅଧିକ ଘନୀଭୂତ ହୋଇ ୧୪ ତାରିଖରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଓଡ଼ିଶା ଉପରେ ଦୁଇଦିନ ରହିବା ପରେ ଉତ୍ତର ପଶ୍ଚିମ ଆଡ଼େ ଗତି କରିବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି । ଏହାର ପ୍ରଭାବରେ ୧୪ରୁ ୧୬ ତାରିଖ ଯାଏ ବର୍ଷା ହେବାର ଆକଳନ କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com