ଓଡ଼ିଶା
IISER ବ୍ରହ୍ମପୁରର ନୂତନ ଛାତ୍ରାବାସର ଲୋକାର୍ପଣ କରିବା ସହ ନିର୍ମାଣ କାର୍ଯ୍ୟ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବ୍ରହ୍ମପୁର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର କନିଷି ସ୍ଥିତ ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ ଏଜୁକେଶନ ଆଣ୍ଡ୍ ରିସର୍ଚ୍ଚ (IISER) ର ନୂତନ ଛାତ୍ରାବାସର ଲୋକାର୍ପଣ କରିବା ସହ କ୍ୟାମ୍ପସର ନିର୍ମାଣ କାର୍ଯ୍ୟ ଗୁଡ଼ିକୁ ପରଦର୍ଶନ କରିଛନ୍ତି ।

ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାନୁଷ୍ଠାନର ବିଭାଗୀୟ କର୍ତ୍ତୃପକ୍ଷଙ୍କ ସହ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ପ୍ରଧ୍ୟାପକଙ୍କ ସହ ମଧ୍ୟ ଆଲୋଚନା କରିଥିଲେ ।






