ଓଡ଼ିଶା

IISER ବ୍ରହ୍ମପୁରର ନୂତନ ଛାତ୍ରାବାସର ଲୋକାର୍ପଣ କରିବା ସହ ନିର୍ମାଣ କାର୍ଯ୍ୟ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବ୍ରହ୍ମପୁର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର କନିଷି ସ୍ଥିତ ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ ଏଜୁକେଶନ ଆଣ୍ଡ୍ ରିସର୍ଚ୍ଚ (IISER) ର ନୂତନ ଛାତ୍ରାବାସର ଲୋକାର୍ପଣ କରିବା ସହ କ୍ୟାମ୍ପସର ନିର୍ମାଣ କାର୍ଯ୍ୟ ଗୁଡ଼ିକୁ ପରଦର୍ଶନ କରିଛନ୍ତି ।


ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାନୁଷ୍ଠାନର ବିଭାଗୀୟ କର୍ତ୍ତୃପକ୍ଷଙ୍କ ସହ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ପ୍ରଧ୍ୟାପକଙ୍କ ସହ ମଧ୍ୟ ଆଲୋଚନା କରିଥିଲେ ।

ଏହି ଶିକ୍ଷା କେନ୍ଦ୍ର ଅଭିନବ ଶିକ୍ଷା ପଦ୍ଧତିରେ ବିଜ୍ଞାନ ଶିକ୍ଷାକୁ ବଢ଼ାଇବା ସହ ପୂର୍ବାଞ୍ଚଳରେ ଗବେଷଣାକୁ ପ୍ରୋତ୍ସାହନ ପ୍ରଦାନ କରିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

କେନ୍ଦ୍ରମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାନୁଷ୍ଠାନ ପରିସରରେ ବୃକ୍ଷରୋପଣ କରିବା ସହ କ୍ୟାମ୍ପସରେ ବ୍ୟାପକ ଚାରାରୋପଣ କରିବାକୁ ପରାମର୍ଶ ଦେଇଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com