ସ୍ୱାସ୍ଥ୍ୟ

ଦେଶରେ କରୋନା ଗ୍ରାଫ୍‌ ଉପରମୁହାଁ, ୨୪ ଘଣ୍ଟାରେ ବାହାରିଲେ ୧୬ହଜାରରୁ ଅଧିକ ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି।

ତେବେ ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୬ ହଜାର ୯୦୬ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ୪୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍ ମୃତ୍ୟୁସଂଖ୍ୟା ୫ ଲକ୍ଷ ୨୫ ହଜାର ୫୧୯କୁ ବୃଦ୍ଧି ପାଇଛି ।

ସେହିପରି ଗତ ୨୪ ଘଣ୍ଟାରେ ୧୫ ହଜାର ୪୪୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୩୨ ହଜାର ୪୫୭ରେ ପହଞ୍ଚିଛି । ଦେଶରେ ଦୈନିକ ପଜିଟିଭିଟି ରେଟ୍ ୩.୬୮ ପ୍ରତିଶତ ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com