ଓଡ଼ିଶା

ଲଘୁଚାପ ଓ ମୌସୁମୀ ବର୍ଷାରେ ଭିଜୁଛି ଓଡ଼ିଶା, ୧୬ ଯାଏ ସାରା ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ଜାରି ରହିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ବଲାଙ୍ଗୀର ଓ ନୟାଗଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହାସହ ପୁରୀ, କଟକ, ଜଗତସିଂହପୁର, ରାୟଗଡ଼ା, ଖୋର୍ଦ୍ଧା, ଗଜପତି, ବୌଦ୍ଧ, ସୋନପୁର, ବରଗଡ଼, କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସମୟରେ କିଛି କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ମଧ୍ୟ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Related Articles

Back to top button
WP Twitter Auto Publish Powered By : XYZScripts.com