ଓଡ଼ିଶା

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର() ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୦୭କୁ ବୃଦ୍ଧି ପାଇଛି।

ପ୍ରାପ୍ତ ସୂଚନା ଅନୁଯାୟୀ ଏହି ମୃତକଙ୍କ ମଧ୍ୟରେ ଦୁଇ ଜଣ ମହିଳା ଥିବା ବେଳେ ୪ ଜଣ ପୁରୁଷ ଅଛନ୍ତି। ଗତ ୨୪ ଘଣ୍ଟା ଭିତରେ ଖୋର୍ଦ୍ଧା ଜିଲ୍ଲାରୁ କାହାରି ମୃତ୍ୟୁ ଘଟିନଥିବା ବେଳେ କଟକ ଜିଲ୍ଲାରୁ ୨ ଜଣ ଥିବା ଜଣାଯାଇଛି। ଏମାନଙ୍କ ମଧ୍ୟରେ କଟକ ଜିଲ୍ଲାର ଜଣେ ୭୨ ବର୍ଷିୟ ପୁରୁଷ ଓ ଜଣେ ୫୦ ବର୍ଷୀୟା ମହିଳା ଅଛନ୍ତି। ପୁରୀ ଜିଲ୍ଲାର ଜଣେ ୬୭ ବର୍ଷିୟ ପୁରୁଷ ଓ ଜଗତସିଂହପୁରର ଜଣେ ୫୦ ବର୍ଷୀୟା ମହିଳା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି। ଠିକ୍ ସେହିପରି ଢେଙ୍କାନାଳ ଜିଲ୍ଲାର ଜଣେ ୫୫ ବର୍ଷିୟ ପୁରୁଷ ଓ ଅନୁଗୁଳ ଜିଲ୍ଲାର ଜଣେ ୫୦ ବର୍ଷିୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯, ୮୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୬୯୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୪୧୩୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୯୭୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୪୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୧,୮୭,୨୯୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୦,୮୯, ୦୩୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮୯, ୭୦୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 

Related Articles

Back to top button
WP Twitter Auto Publish Powered By : XYZScripts.com