ଅନ୍ତର୍ଜାତୀୟଜାତୀୟ

ଶ୍ରୀଲଙ୍କାରେ ଉଗ୍ର ହେଲା ଜନ ଅସନ୍ତୋଷ; ସଂସଦ ଓ ପ୍ରଧାନମନ୍ତ୍ରୀ ବାସଭବନ ଅଭିମୁଖେ ବିକ୍ଷୋଭକାରୀ

କଲମ୍ବୋ: ଜଟିଳ ହେଉଛି ଶ୍ରୀଲଙ୍କା ସଙ୍କଟ । ଶ୍ରୀଲଙ୍କାରେ ଜାରି ହେଲା ଏମର୍ଜେନସି । ସାରା ଦେଶରେ ଜାରି ରହିଛି ଜୋରଦାର ଆନ୍ଦୋଳନ । ଜୋର ଧରିଛି ରାଷ୍ଟ୍ରପତି ଗୋଟାବାୟା ରାଜପକ୍ଷ ଓ ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଙ୍ଘେଙ୍କ ଇସ୍ତଫା ଦାବି । ହଜାର ହଜାର ଆନ୍ଦୋଳନକାରୀ ସଂସଦ ଅଭିମୁଖେ ଆଗେଇ ଚାଲିଥିବା ସୂଚନା ମିଳିଛି । ପୂର୍ବରୁ ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଙ୍ଘେଙ୍କ ଘରେ ଲୋକେ ନିଆଁ ଲଗାଇଦେଇଥିବାବେଳେ ଗତ ସପ୍ତାହରେ ରାଷ୍ଟ୍ରପତି ଭବନକୁ କବଜା କରିଥିଲେ ଆନ୍ଦୋଳନକାରୀ । ଏବେ ସଂସଦ ଭବନ ଅଭିମୁଖେ ଆନ୍ଦୋଳନକାରୀ ମାଡ଼ି ଚାଲିବା ପରେ ପ୍ରଶାସନର ଚିନ୍ତା ବଢ଼ିଛି ।

ସେପଟେ ରାଷ୍ଟ୍ରପତି ଗୋଟାବାୟା ରାଜପକ୍ଷ ଗତକାଲି ବିଳମ୍ବିତ ରାତିରେ ଶ୍ରୀଲଙ୍କା ଛାଡ଼ି ମାଲଦୀପ ପଳାୟନ କରିଛନ୍ତି । ଶ୍ରୀଲଙ୍କା ଏୟାରଫୋର୍ସର ସ୍ୱତନ୍ତ୍ର ବିମାନରେ ପତ୍ନୀ ଓ ଦୁଇ ବଡିଗାର୍ଡଙ୍କ ସହ ସେ ଫେରାର ହୋଇଯାଇଛନ୍ତି । ସେମାନେ ମାଲଦୀପ ରାଜଧାନୀରେ ଲ୍ୟାଣ୍ଡ କରିଥିବା କଲମ୍ବୋ ମିଡିଆ ରିପୋର୍ଟ କରିଛି । ଦ୍ୱୀପରାଷ୍ଟ୍ରରେ ଅର୍ଥନୈତିକ ସଙ୍କଟ ନେଇ ରାଜପକ୍ଷ ପରିବାର ବିରୋଧରେ ଜନ ଆକ୍ରୋଶ ଚରମସୀମାରେ ପହଞ୍ଚିଛି । ପରିବାରକୁ ସୁରକ୍ଷିତ ଭାବେ ଦେଶ ବାହାରକୁ ଯିବାକୁ ଦିଆ ନଗଲେ ରାଷ୍ଟ୍ରପତି ପଦରୁ ଇସ୍ତଫା ଦେବେନାହିଁ ବୋଲି ପୂର୍ବରୁ ସୂଚନା ଦେଇଥିଲେ ଗୋଟାବାୟା ।

Related Articles

Back to top button
WP Twitter Auto Publish Powered By : XYZScripts.com