ଭୁବନେଶ୍ୱର: ରାଜ୍ୟରେ ବୃଦ୍ଧି ଘଟିବାରେ ଲାଗିଛି କୋଭିଡ ସଂକ୍ରମଣ । ପ୍ରତିଦିନ ସଂକ୍ରାମକ ବୃଦ୍ଧି ଘଟିବାରେ ଲାଗିଛି । ଭୁବନେଶ୍ୱରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ଘୋଷଣା ହୋଇଛି । ସେପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ମାସ୍କ ପିନ୍ଧିବାକୁ ଅନୁରୋଧ କରିଛନ୍ତି । ବର୍ତ୍ତମାନ ସମୟକୁ ଦେଖି ସମସ୍ତେ ସଚେତନ ହେବାର ଆବଶ୍ୟକତା ରହିଛି । ଏବଂ ସାମାଜିକ ଦୂରତା ଅବଲମ୍ବନ କରିବାକୁ ମଧ୍ୟ ଅନୁରୋଧ ।
ରାଜ୍ୟରେ କରୋନା ସଂକ୍ରମଣକୁ ନେଇ ସଚେତନ କଲେ ମୁଖ୍ୟମନ୍ତ୍ରୀ । ଟୁଇଟ କରି ସଚେତନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ମହାମାରୀର ବିପଦ ଏଯାଏ ଟଳିନାହିଁ । ସଂକ୍ରମଣରୁ ନିଜ ସହିତ ଅନ୍ୟକୁ ସୁରକ୍ଷିତ ରଖିବାକୁ ମାସ୍କ ପିନ୍ଧନ୍ତୁ ବୋଲି ପରାମର୍ଶ ଦେଇଛନ୍ତି ନବୀନ । ସଚେତନ ହୁଅନ୍ତୁ, ସୁରକ୍ଷିତ ରୁହନ୍ତୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
Back to top button