ଜାତୀୟ

ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ କଂଗ୍ରେସ ନେତାଙ୍କ ବିବାଦୀୟ ବୟାନ : ତୁରନ୍ତ କ୍ଷମା ପ୍ରାର୍ଥନା ପାଇଁ ଦାବି କଲା ବିଜେପି

ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ କଂଗ୍ରେସ ନେତାଙ୍କ ବିବାଦୀୟ ବୟାନ । ବିରୋଧ କଲା ବିଜେପି, ତୁରନ୍ତ କ୍ଷମା ପ୍ରାର୍ଥନା ପାଇଁ କଲା ଦାବି କରିଛି । ଅଜୟ କୁମାର କହିଛନ୍ତି, ଦ୍ରୌପଦୀ ମୁର୍ମୁ ଭାରତର ଅତ୍ୟନ୍ତ ଭୁଲ୍‌ ବିଚାରଧାରାକୁ ପ୍ରତିନିଧିତ୍ୱ କରୁଛନ୍ତି । ସେ ଆଦିବାସୀଙ୍କ ପ୍ରତୀକ ହେବା ଉଚିତ ନୁହେଁ । ଅଜୟ କୁମାର କହିଛନ୍ତି, ମୋଦୀ ସରକାର କେବଳ ପ୍ରତୀକ ଦ୍ବାରା ଭାରତର ଲୋକଙ୍କୁ ବୋକା ବନାଉଛନ୍ତି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ବର୍ତ୍ତମାନ ରାଷ୍ଟ୍ରପତି ଅଛନ୍ତି , କିନ୍ତୁ ସେ କ’ଣ କରିଛନ୍ତି । ଦେଶବ୍ୟାପୀ ଅନୁସୂଚିତ ଜାତି ଉପରେ ଅତ୍ୟାଚାର ହେଉଛି ଏବଂ ଅନୁସୂଚିତ ଜାତି ସମ୍ପ୍ରଦାୟର ସ୍ଥିତି ଅତ୍ୟନ୍ତ ଖରାପ । ହାଥରାସ ଘଟଣା ସମୟରେ ରାଷ୍ଟ୍ରପତି ପାଟି ଖୋଲିନଥିଲେ ବୋଲି ସେ କହିଛନ୍ତି । ତେବେ ବିଜେପି ଏହାର କଡ଼ା ଜବାବ ଦେଇଛି । କଂଗ୍ରେସ ଏଭଳି ବୟାନ ପାଇଁ ତୁରନ୍ତ କ୍ଷମା ପ୍ରାର୍ଥନା କରୁ ବୋଲି ବିଜେପି ଦାବି କରିଛି । କେନ୍ଦ୍ର ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ କହିଛନ୍ତି, ଦଳିତମାନଙ୍କ ବିକାଶ ପାଇଁ ସାରା ଜୀବନ କାମ କରିଥିବା ଦ୍ରୌପଦୀ ମୁର୍ମୁ ଆଜି ଲୋକଙ୍କ ପାଇଁ ଆଦର୍ଶ ପାଲଟିଛନ୍ତି । କିନ୍ତୁ କଂଗ୍ରେସ ତାଙ୍କୁ ଅପମାନିତ କରିଛି । କଂଗ୍ରେସର ଭୁଲ୍‌ ବିଚାରଧାରା ପୁଣିଥରେ ପ୍ରମାଣିତ ହୋଇଗଲା ବୋଲି ସ୍ମୃତି କହିଛନ୍ତି । କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା କହିଛନ୍ତି, ଆଦିବାସୀ ଶ୍ରେଣୀର ଜଣେ ଲୋକ ରାଷ୍ଟ୍ରପତି ପଦ ପାଇଁ ମନୋନୀତ ହୋଇଥିବାରୁ କଂଗ୍ରେସ ଏଥିରେ ନିରାଶ ହୋଇଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com