ଓଡ଼ିଶା

ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୦୪ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୭୧ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୬୧୩୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୧୯ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୭ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୮ଜଣ, ନୟାଗଡ଼ ଜିଲ୍ଲାରୁ ୧୭ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୨୮ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୦ଜଣ, ସୋନପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୦ଜଣ, ଷ୍ଟେଟ ପୁଲ୍‌ରୁ ୭୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୬୧୩୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୨୬୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୨୬୯୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୨୯୫୪୩୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com