ସ୍ୱାସ୍ଥ୍ୟ

ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୦୦୩୮ କରୋନା ପଜିଟିଭ୍

ନୂଆଦିଲ୍ଲୀ: ଉପର ମୁହାଁ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ଏବେ ପୁଣି ବଢିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୦୦୩୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୯ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୩୯୦୭୩ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୦ ଲକ୍ଷ ୪୫ ହଜାର ୩୫୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ୪୭ଜଣ ପ୍ରାଣ ହରାଇଛି ।  ଏବେ ସୁଦ୍ଧା ୫୨୫୬୦୪ଜଣ କରୋନାରେ ଆଖି ବୁଜିଲେଣି ।

Related Articles

Back to top button
WP Twitter Auto Publish Powered By : XYZScripts.com