ଓଡ଼ିଶା

ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଅଙ୍ଗାରଗାଁ ପଞ୍ଚାୟତର ନୂଆଁଗଡ଼ ସ୍ଥିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଏହି କଳ୍ପତରୁ କାର୍ଯ୍ୟକ୍ରମ ଜୁନ୍ ମାସ ୫ ତାରିଖ ଠାରୁ ଆରମ୍ଭ ହୋଇଥିବା ବେଳେ ଆସନ୍ତା ଅଗଷ୍ଟ ମାସ ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ସୂଚନା ମିଳିଛି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବେଗୁନିଆପଡା ଏବଂ ଖଲ୍ଲିକୋଟ ବ୍ଳକ୍ ର ବିଭିନ୍ନ ସ୍ଥାନରେ ବୃକ୍ଷରୋପଣ ହେବ ।

ଏଥିରେ ସିଆରସିସି ଜଗନ୍ନାଥ ବାରିକ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ନାରାୟଣ ସୁମନ୍ତରାୟ, ପ୍ରଧାନଶିକ୍ଷକ ହରିହର ପ୍ରଧାନ, ଗ୍ରାମ୍ୟ କମିଟି ସମ୍ପାଦକ ଲକ୍ଷ୍ମୀ ପ୍ରଧାନ, ବ୍ରହ୍ମକୁମାରୀ ଜୋସ୍ନା ଦିଦି, ସଙ୍କୁତଳା ଦିଦି, ରଶ୍ମି ଦିଦି, ବ୍ରହ୍ମକୁମାର ମିଥୁନ ଭାଇ, ସଞ୍ଜୟ ଭାଇ, ଭିମ ଭାଇ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ରହି ବୃକ୍ଷରୋପଣ କରିଥିଲେ ।

ଶେଷରେ ବୃକ୍ଷରୋପଣର ଉପକାରିତା ବିଷୟରେ ଆଲୋଚନା ହୋଇଥିଲା । ସେହିପରି ଅଙ୍ଗାରଗାଁ ସ୍ଥିତ ଦଣ୍ଡପାଣି ସୁମନ୍ତରାୟ ଉଚ୍ଚ ବିଦ୍ୟାଳୟ ପରିସରରେ ମଧ୍ୟ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ସରପଞ୍ଚ ଶ୍ରୀମତୀ ନୀଳେନ୍ଦ୍ରୀ ସେଠୀ, ପ୍ରତିନିଧି ପୂର୍ଣ୍ଣଚନ୍ଦ୍ର ସେଠୀ, ବରିଷ୍ଠ ଆଇନଜୀବୀ ତଥା ବ୍ରହ୍ମକୁମାର ବିନାୟକ ସାହୁ ସମେତ ଅନ୍ୟମାନେ ଉପସ୍ଥିତ ରହି ବୃକ୍ଷରୋପଣ କରିଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com