ଐତିହ୍ୟ ଓ ସଂସ୍କୃତିଓଡ଼ିଶାଜାତୀୟ

୭ ଦିନ ଭିତରେ କୈଫୟତ୍ ଦେବା ପାଇଁ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ ନୋଟିସ୍

ପୁରୀ : ଦୀଘା ଜଗନ୍ନାଥ ମନ୍ଦିରକୁ ଦାରୁ ନେବା ପ୍ରସଙ୍ଗରେ ବିବାଦରେ ଛନ୍ଦି ହୋଇଛନ୍ତି ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ର । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ତାଙ୍କୁ କୈଫୟତ ଦେବାପାଇଁ କୁହାଯାଇଛି । ନୋଟିସ ପାଇବାର ୭ ଦିନ ମଧ୍ୟରେ ଉତ୍ତର ରଖିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି । ଏହି ସମୟ ଭିତରେ ସନ୍ତୋଷ ଜନକ ଉତ୍ତର ନମିଳିଲେ, ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୫୫ ଅନୁଯାୟୀ ଦୃଢ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନୋଟିସରେ କୁହାଯାଇଛି   ।

ପଶ୍ଚିମବଙ୍ଗ ନୀଉ ଦୀଘାସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଇଥିଲେ ରାମକୃଷ୍ଣ ଦାସ ମହାପାତ୍ର । ଶ୍ରୀମନ୍ଦିର ଚତୁର୍ଦ୍ଧାମୂର୍ତ୍ତିଙ୍କର ନବକଳେବର ବଳକା ଦାରୁରେ ନିର୍ମିତ ମୂର୍ତ୍ତି ସେହି ଦୀଘା ମନ୍ଦିରକୁ ପ୍ରଦାନ କରିଥିବା ସେ ଏକ ବଙ୍ଗୀୟ ଗଣମାଧ୍ୟମକୁ ସାକ୍ଷାତକାରରେ କହିଥିବା ଅଭିଯୋଗ ହୋଇଥିଲା । ପରେ ସେ ଏହାକୁ ଖଣ୍ଡନ କରିବା ସହିତ ଅନ୍ୟ ନିମ୍ବ କାଠରେ ବିଗ୍ରହ ନିର୍ମାଣ କରି ନେଇ ନିଜେ ତାକୁ ପ୍ରତିଷ୍ଠା କରିଥିବା କହିଥିଲେ । ନିଜର ଦ୍ଵନ୍ଦାତ୍ମକ ବୟାନ ଦ୍ୱାରା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭକ୍ତଙ୍କ ମନରେ ମାନସରେ ବିଭ୍ରାନ୍ତି ସୃଷ୍ଟି ଏବଂ ଶ୍ରୀମନ୍ଦିର ଗରିମାକୁ କ୍ଷୁର୍ଣ୍ଣ କରିବା ଅଭିଯୋଗରେ ଏହି କୈଫୟତ ମଗାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com