ଓଡ଼ିଶା

ରାଜ୍ୟରେ ପୁଣି ବର୍ଷା ଆରମ୍ଭ, ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ପୁଣି ଆରମ୍ଭ ହେଲାଣି ବର୍ଷା । ଦକ୍ଷିଣ ଓଡ଼ିଶାର କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ସେହିଭଳି ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ୨୨ ଓ ୨୩ରେ ବର୍ଷାର ପରିମାଣ ଆହୁରି ବଢ଼ିବ । ୨୪ ଯାଏ ରାଜ୍ୟରେ ଜାରି ରହିବ ବର୍ଷା । ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା । ଏବେ ଲଘୁଚାପ ମଧ୍ୟପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଦୁର୍ବଳ ହୋଇଛି ।

ସେପଟେ ଦକ୍ଷିଣ ଝାଡ଼ଖଣ୍ଡ ଓ ଏହାର ଆଖପାଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬ ପ୍ରତିଶତ ଅଧିକ ବର୍ଷା ହୋଇଛି । ୬ ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ, ଗୋଟିଏ ଜିଲ୍ଲାରେ ସ୍ୱାଭାବିକଠାରୁ କମ୍ ଏବଂ ବାକି ସମସ୍ତ ଜିଲାରେ ସ୍ୱାଭାବିକ ବର୍ଷା ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com