ଓଡ଼ିଶା

ଆଜିଠୁ ୨୬ ଯାଏ ଅବିଶ୍ରାନ୍ତ ବର୍ଷା, ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜିଠୁ ପୁଣି କାଚିବ ବର୍ଷା । ଉପାନ୍ତରୁ ଉପକୂଳ ମିଳିବନି ନିସ୍ତାର । ୨୬ ତାରିଖ ଯାଏଁ ଅବିଶ୍ରାନ୍ତ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୪ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ପ୍ରବଳ ବର୍ଷା ନେଇ ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କଳହାଣ୍ଡି, ବଲାଙ୍ଗୀର ଏବଂ ନୟାଗଡ଼ରେ ୭୦ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଅନୁଗୁଳ, ସୋନପୁର, ସମ୍ବଲପୁର ଏବଂ ଜଗତସିଂହପୁରରେ ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ । ଏଥିପାଇଁ ଏହି ସବୁ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ସେହିଭଳି ୨୩ ତାରିଖରେ ୧୦ ଜିଲ୍ଲାକୁ ଅରେଞ୍ଜ ଏବଂ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ୨୪ ତାରିଖରେ ୫ ଜିଲ୍ଲାକୁ ଅରେଞ୍ଜ ଏବଂ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସ୍ଥିତି ସଙ୍ଗୀନ ହୋଇପାରେ । ଝାଡ଼ଖଣ୍ଡ ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଏବେ ମୌସୁମୀ ଟ୍ରପଲାଇନ୍ ସକ୍ରିୟ ରହିଛି । ଏହାର ପ୍ରଭାବରେ ବର୍ଷା ଜାରି ରହିଛି । ୨୬ ତାରିଖ ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com