ଓଡ଼ିଶା

ବୃହତ୍ତ ଶିଳ୍ପ ସ୍ଥାପନ ପାଇଁ ଗତ ୨ ବର୍ଷ ମଧ୍ୟରେ ୧୮୬ଟି ଶିଳ୍ପକୁ ଦିଆଯାଇଛି ଅନୁମୋଦନ: ଶିଳ୍ପ ମନ୍ତ୍ରୀ

ଭୁବନେଶ୍ବର: ସିଙ୍ଗଲ ୱିଣ୍ଡୋ କ୍ଲିଅରାନ୍ସ କମିଟି ଜରିଆରେ ବୃହତ୍ତ ଶିଳ୍ପ ସ୍ଥାପନ ପାଇଁ ଗତ ଦୁଇ ବର୍ଷ ମଧ୍ୟରେ ୧୮୬ଟି ଶିଳ୍ପକୁ ଅନୁମୋଦନ ଦିଆଯାଇଛି । ୪ ଲକ୍ଷ ୪୪ ହଜାର ୭୩୬.୫୫ କୋଟି ପୁଞ୍ଜିନିବେଶ ଲକ୍ଷ୍ୟ ରଖାଯାଇଛି । ଏହାଦ୍ବାରା ୧ ଲକ୍ଷ ୬୫ ହଜାର ୪୬୨ ନିଯୁକ୍ତି ସୁଯୋଗ ସୃଷ୍ଟି ଲକ୍ଷ୍ୟ ରଖାଯାଇଛି। ୨୦୨୦ ଜୁନ୍ ଠାରୁ ବର୍ତ୍ତମାନ ସୁଦ୍ଧା ୧୧ଟି ବୃହତ୍ତ ପ୍ରକଳ୍ପ ଆଂଶିକ ଓ ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇଛି । ୪ ହଜାର ୬୦୬ କୋଟି ଟଙ୍କାର ପୁଞ୍ଜି ନିବେଶରେ ୬୫୫୭ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିଛି । ବିଧାନସଭାର ପ୍ରଶ୍ନ କାଳରେ ଉତ୍ତର ରଖିଛନ୍ତି ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ ।

ସେପଟେ ସ୍ଥାନୀୟ ନିଯୁକ୍ତି କ୍ଷେତ୍ରରେ ଶିଳ୍ପାନୁଷ୍ଠାନ ଗୁଡ଼ିକର ପାତରଅନ୍ତର ନୀତିକୁ ନେଇ ଗୃହରେ ଉଦବେଗ ପ୍ରକାଶ କରିଛନ୍ତି ବିଜେଡି ବିଧାୟକ ଅମର ପ୍ରସାଦ ଶତପଥୀ । ଆଉ ତାର ଉତ୍ତରରେ ବିଭାଗୀୟ ମନ୍ତ୍ରୀ କହିଛନ୍ତି, ସିଙ୍ଗଲ ୱିଣ୍ଡୋ କ୍ଲିଅରାନ୍ସ କମିଟି ହେବା ପରେ ସମ୍ପୃକ୍ତ ଶିଳ୍ପାନୁଷ୍ଠାନଗୁଡ଼ିକ ସହ ଏମଓୟୁ ସ୍ବାକ୍ଷର ହୋଇଥାଏ । ଏଥିରେ ସ୍ଥାନୀୟ ନିଯୁକ୍ତିକୁ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି । ଯଦି କୌଣସି ସ୍ଥାନରେ ଏହାର ବ୍ୟତିକ୍ରମ ଘଟୁଛି ନିର୍ଦ୍ଦିଷ୍ଟ ଅଭିଯୋଗ ଆଣିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

Related Articles

Back to top button
WP Twitter Auto Publish Powered By : XYZScripts.com