ଓଡ଼ିଶା

ହଜାରେ ଉପରେ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୭୮ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୮୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୪୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୪୩୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୦୪୩୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୨୪୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୭୯୪୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୪୫୬୭୯୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com