ଓଡ଼ିଶା

ଦ୍ରୌପଦୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନବୀନଙ୍କ ଦିଲ୍ଲୀ ଗ୍ରସ୍ତ

ଭୁବନେଶ୍ୱର, ୨୩.୦୭.୨୦୨୨- ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଏକ ୪ ଦିନିଆ ନୂଆଦିଲ୍ଲୀ ଗ୍ରସ୍ତରେ ଯାଇଛନ୍ତି । ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ଖୋଦ୍  ରାଷ୍ଟ୍ରପତି ଦ୍ରୌପଦୀ, ନବୀନଙ୍କୁ ସ୍ୱତନ୍ତ୍ର ଭାବେ ଆମନ୍ତ୍ରଣ କରିଥିଲେ । ଜୁଲାଇ ୨୫ତାରିଖରେ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବେ ଦ୍ରୌପଦୀ । ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲରେ ଶପଥ ସମାରୋହ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି । ଏହା ସକାଳ ୯ଟା ୧୭ରୁ ଆରମ୍ଭ ହୋଇ ୧୦ଟା ୩୫ରେ ଶେଷ ହେବ । ଚଳିତ ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀଙ୍କୁ ବିଜୟୀ କରିବାରେ ପ୍ରମୁଖ ଭୂମିକା ତୁଲାଇଥିଲେ ମୁଖ୍ୟମନ୍ତ୍ରୀ। । ନିର୍ବାଚନରେ ଯେପରି ଓଡ଼ିଶାରୁ କୌଣସି ଭୋଟ୍ ନାକଚ ନହୁଏ ସେଥିପ୍ରତି ଧ୍ୟାନ ଦେଇଥିଲେ । ଦଳମତ ନିର୍ବିଶେଷରେ ସବୁ ଦଳ ଓଡ଼ିଆ ଝିଅକୁ ଭୋଟ୍ ଦେବାକୁ ମଧ୍ୟ ଆହ୍ୱାନ କରିଥିଲେ ନବୀନ । ଏହାଛଡା ଏହି ଗସ୍ତ ଅବସରରେ ରାଜ୍ୟ ସ୍ବାର୍ଥ ପ୍ରସଙ୍ଗରେ କେନ୍ଦ୍ରୀୟ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ । ବିଶେଷ କରି ଚାଷୀଙ୍କ ସ୍ୱାର୍ଥ ଦୃଷ୍ଟିରୁ ସ୍ୱାମୀନାଥନ୍ କମିଟି ଆଧାରରେ ଧାନର ସର୍ବର ସର୍ବନିମ୍ନ ମୂଲ୍ୟ ନିର୍ଦ୍ଧାରଣ କରିବା, ଅଧା  ପାନ୍ତରିଆ ଭାବେ ଅଟକି ରହିଥିବା ବିଭିନ୍ନ ରେଳ ପ୍ରକଳ୍ପକୁ ଅଧିକ ଅର୍ଥ ମଂଜୁର ଏବଂ ଏହାର ପୂର୍ଣ୍ଣାଙ୍ଗୀକରଣ ବାବଦରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି ଜଣା ପଡିଛି । ଆସନ୍ତା  ୨୬ ତାରିଖରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ଫେରିବେ ।

Related Articles

Back to top button
WP Twitter Auto Publish Powered By : XYZScripts.com