ଓଡ଼ିଶା

ଲଗାଣ ବର୍ଷାରେ ଭିଜୁଛି ଓଡିଶା; ୨୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ ସ୍ଥିତି

ଭୁବନେଶ୍ୱର, ୨୩.୦୭.୨୦୨୨- ଘୂର୍ଣ୍ଣିବଳୟ ଓ ସକ୍ରିୟ ମୌସୁମୀ ଟ୍ରପଲାଇନ ପ୍ରଭାବରେ ଭିଜୁଛି ଓଡ଼ିଶା । ଶନିବାର ସକାଳୁ ସାରା ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ଏହି ଲଗାଣ ବର୍ଷା ଆସନ୍ତା ୨୪ ଘଂଟା ପାଇଁ ଜାରି ରହିବ । ଭାରି ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଏବଂ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସମୟରେ ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁରରେ ସର୍ବାଧିକ ୭୦ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ । ବର୍ଷା ଯୋଗୁଁ ତଳି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଏଥିପାଇଁ ସତର୍କ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।

Related Articles

Back to top button
WP Twitter Auto Publish Powered By : XYZScripts.com