ଓଡ଼ିଶା

ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୧୨ ନୂଆ ଇସ୍ପାତ କାରଖାନା

ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୧୨ଟି ନୂଆ ଇସ୍ପାତ କାରଖାନା । ବିଧାନସଭାରେ ବିଜେଡି ବିଧାୟକ ଧ୍ରୁବଚରଣ ସାହୁଙ୍କ ପ୍ରଶ୍ନରେ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଲିଖିତ ଉତ୍ତର ରଖିଛନ୍ତି । ତେବେ ପ୍ରତିଷ୍ଠା ହେବାକୁ ଯାଉଥିବା ଇସ୍ପାତ କାରଖାନା ମଧ୍ୟରେ ସୁନ୍ଦରଗଡରେ ସର୍ବାଧିକ ୩ଟି ରହିଥିବା ବେଳେ ଯାଜପୁରରେ ରହିଛି ୨ଟି କାରଖାନା । ସେହିପରି ଅନୁଗୋଳ, କେନ୍ଦ୍ରାପଡା, ଝାରସୁଗୁଡା, ଢେଙ୍କାନାଳ, କେନ୍ଦୁଝର, ଜଗତସିଂହପୁର ଓ ଅନୁଗୋଳ ଜିଲ୍ଲାରେ ଗୋଟିଏ ଲେଖାଏଁ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି । ରାଜ୍ୟରେ ବର୍ତ୍ତମାନ ୫୧ଟି ଇସ୍ପାତ କାରଖାନା ରହିଥିବା ବେଳେ ସେଗୁଡ଼ିକର ବାର୍ଷିକ ଉତ୍ପାଦନ ୩୩.୧୨ ରହିଥିବା ସରକାରଙ୍କ ପକ୍ଷରୁ ସୂଚନା ମିଳିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com