ଓଡ଼ିଶା

ରାଜ୍ୟରେ ଆଜି ୬୬୨ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟରେ ବି ଦୈନିକ କରୋନା ସଂକ୍ରମଣ ହଜାରେ ତଳେ ରହିଛି। ଗତକାଲି ୭୩୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୮୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୭୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୦୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ୭୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ତିନିଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୨ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୦୭, ୯୧୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୯୧, ୬୬୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୦୫୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com