ଓଡ଼ିଶା

ପ୍ରକାଶ ପାଇଲା ଯୁକ୍ତ +୨ ପରୀକ୍ଷା ଫଳ

ଭୁବନେଶ୍ୱର, ୨୭/୦୭/୨୦୨୨- ପ୍ରକାଶ ପାଇଲା ଯୁକ୍ତ +୨ ପରୀକ୍ଷା ଫଳ । ଚଳିତ ବର୍ଷ ବିଜ୍ଞାନରେ ୩୯ ହଜାର ୫୮୭ ଜଣ ଛାତ୍ର ଓ ୩୨ ହଜାର ୫୧୯ ଜଣ ଛାତ୍ରୀ ପାସ୍ କରିଛନ୍ତି। ପାସହାର ୯୪.୧୨ ପ୍ରତିଶତ । ବିଜ୍ଞାନ ବିଭାଗରେ ଚଳିତ ବର୍ଷ ୫୦ ହଜାର ୧୫୭ ଜଣ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବାବେଳେ, ଦ୍ୱିତୀୟ ଶ୍ରେଣୀରେ ୧୪ ହଜାର ୯୩୨ ଜଣ , ତୃତୀୟ ଶ୍ରେଣୀରେ ୬୯୧୦ ଜଣ ପିଲା ଉତ୍ତୀର୍ଣ୍ଣ ହୋଇଛନ୍ତି । ତେବେ ନୟାଗଡ ଜିଲ୍ଲାରେ ସବୁଠୁ ଅଧିକ ପିଲା ପାସ୍ କରିଛନ୍ତି । ଫୁଲବାଣୀ ଜିଲ୍ଲାରେ ପାସହାର ସର୍ବନିମ୍ନ ରହିଛି । ରାଜ୍ୟର ୩୯୩ ସ୍କୁଲରେ ପାସହାର ଶତ ପ୍ରତିଶତ ରହିଛି । ସେହିପରି ବାଣିଜ୍ୟ ବିଭାଗରେ ୨୩ ହଜାର ୭୨୬ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୨୧ ହଜାର ୧୬୫ ଜଣ ପରୀକ୍ଷାର୍ଥୀ ପାସ୍ କରିଛନ୍ତି । ଚଳିତବର୍ଷ   ୧୩ ହଜାର ୨୧୧ ଜଣ ଛାତ୍ର ପାସ୍ କରିଥିବାବେଳେ, ୭୯୫୪ ଜଣ ଛାତ୍ରୀ ପାସ୍ କରିଛନ୍ତି ।  ବାଣିଜ୍ୟ ବିଭାଗରେ ମୋଟ ୧୦ ହଜାର ୮୬୩ ଜଣ ପରୀକ୍ଷାର୍ଥୀ ପ୍ରଥମ ଶ୍ରେଣୀରେ ପାସ୍ କରିଥିବାବେଳେ, ଦ୍ୱିତୀୟ ଶ୍ରେଣୀରେ ୫୦୫୩ ଜଣ ପିଲା ପାସ୍ କରିଛନ୍ତି । ତା ସହିତ ୫୨୪୨ ଜଣ ପରୀକ୍ଷାର୍ଥୀ ତୃତୀୟ ଶ୍ରେଣୀରେ ପାସ୍ କରିଛନ୍ତି । ବାଣିଜ୍ୟ ବିଭାଗରେ ପାସ୍ ହାର ରହିଛି ୮୯.୨୦ ପ୍ରତିଶତ ରହିଛି । ବାଣିଜ୍ୟ ବିଭାଗରେ ୧୩୪ ଟି ସ୍କୁଲରେ ଶତ ପ୍ରତିଶତ ପିଲା ପାସ୍ କରିଛନ୍ତି । ପରୀକ୍ଷାର୍ଥୀମାନେ www.orissaresults.nic.in ୱେବସାଇଟ୍ ସାହାଯ୍ୟରେ ପରୀକ୍ଷା ଫଳ ଜାଣିପାରିବେ । ଏଥିସହ ସାମସ୍ କଲେଜ୍ ଇ-ସ୍ପେସରେ ମଧ୍ୟ  ନିଜର ରେଜଲ୍ଟ ପାଇପାରିବେ । ଆଜି ପ୍ରଥମ ପର୍ଯ୍ୟାୟରେ କେବଳ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ରେଜଲ୍ଟ ପ୍ରକାଶ ପାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି । କଳା ବିଭାଗ ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ଅଗଷ୍ଟ ୮ ତାରିଖରେ ପ୍ରକାଶ ପାଇବ ।

Related Articles

Back to top button
WP Twitter Auto Publish Powered By : XYZScripts.com