ଓଡ଼ିଶା

କୁଚିଣ୍ଡା ଓ ପାଟଣାଗଡ଼ରେ ଖୋଲାଯିବ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ

ଭୁବନେଶ୍ୱର, ୦୩/୦୮/୨୦୨୨– ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ଼ଠାରେ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ ଖୋଲାଯିବ । ନିଯୁକ୍ତି ତଥା ଆତ୍ମନିଯୁକ୍ତିର ସୁଯୋଗ ଥିବା ଚାରିଗୋଟି ଟ୍ରେଡ଼ରେ ଏଠାରେ ୨୪୦ ପ୍ରଶିକ୍ଷାର୍ଥୀଙ୍କୁ ତାଲିମ ଦିଆଯିବ । ସମ୍ବଲପୁର ଆଖପାଖରେ ଅନେକ ଶିଳ୍ପାନୁଷ୍ଠାନ ଗଢି ଉଠୁଥିବାରୁ ଏହା ଛାତ୍ରଛାତ୍ରୀମାନଙ୍କ ପାଇଁ ବିପୁଳ ଓ ଆତ୍ମନିଯୁକ୍ତି ପାଇଁ ସୁଯୋଗ ମଧ୍ୟ ସୃଷ୍ଟି କରିବ । ସେହିପରି ବଲାଙ୍ଗୀରର ପାଟଣାଗଡ଼ଠାରେ ଶିଳ୍ପ ତାଲିମ ପ୍ରତିଷ୍ଠାନରେ ମଧ୍ୟ କୁଚିଣ୍ଡା ପରି ସମାନ ସଂଖ୍ୟକ  ପିଲା ତାଲିମ ପାଇପାରିବେ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟର ୩୧୪ଟି ବ୍ଲକ୍‌ ମଧ୍ୟରୁ ୨୫୧ଟି ବ୍ଲକରେ ସରକାରୀ/ବେସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ ରହିଛି । ସେହିପରି ୫୮ଟି ସବଡିଭିଜନ ମଧ୍ୟରୁ ୪୮ଟିରେ ଏହି ପ୍ରତିଷ୍ଠାନ ରହିଛି । ପାଟଣାଗଡ ଓ କୁଚିଣ୍ଡାରେ ଶିଳ୍ପ ତାଲିମ ପ୍ରତିଷ୍ଠାନ  ହେବା ପରେ ଏହି ସଂଖ୍ୟା ୫୦କୁ ବୃଦ୍ଧି ପାଇବ ।

Related Articles

Back to top button
WP Twitter Auto Publish Powered By : XYZScripts.com