ଓଡ଼ିଶା

ବୁଷ୍ଟର ଡ଼ୋଜ ନେଇ ଆଗ୍ରହ ପ୍ରକାଶ ପାଉନାହିଁ , ୨୫ ଲକ୍ଷ ନେଇ ନାହାନ୍ତି ଦ୍ୱିତୀୟ ଡ଼ୋଜ

ବ୍ୟାପକ ପ୍ରଚାର ପ୍ରସାର ଏବଂ ସରକାରଙ୍କ ଅନୁରୋଧ ପରେ ବି ବୁଷ୍ଟର ଡୋଜ ନେବାକୁ ଆଗ୍ରହ ଦେଖାଉ ନାହାନ୍ତି ସାଧାରଣ ଲୋକେ । ଏନେଇ ଚିନ୍ତା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ରାଜ୍ୟରେ କେବଳ ୪୨ ଲକ୍ଷ ୭୦ ହଜାର ୪୮୭ ଲୋକେ ବୁଷ୍ଟର ଡୋଜ ନେଇଛନ୍ତି । ଯାହାକି ମାତ୍ର ୧୩ ପ୍ରତିଶତ । ବର୍ତ୍ତମାନ ସୁଦ୍ଧା ରାଜ୍ୟର ୮୭ ପ୍ରତିଶତ ତଥା ୨ କୋଟି ୮୪ ଲକ୍ଷ ଲୋକ ବୁଷ୍ଟର ଡୋଜ ନେଇନାହାନ୍ତି । ସେହିପରି ରାଜ୍ୟରେ ୨୫ ଲକ୍ଷ ଲୋକ ଦ୍ୱିତୀୟ ଡୋଜ ଟିକା ନେଇନଥିବା ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି।
କଟକ, ଖୋର୍ଦ୍ଧା, ଜଗତସିଂହପୁର, ସୁନ୍ଦରଗଡ, ପୁରୀ, ଅନୁଗୁଳ ଭଳି ଜିଲ୍ଲାରେ ପ୍ରଥମ ଡୋଜ ୯୦ ପ୍ରତିଶତ ରୁ କମ୍ ଟୀକାକରଣ ହୋଇଛି । ତେବେ କେନ୍ଦ୍ର ସରକାରଙ୍କ ଦ୍ୱାରା କରଯାଉଥିବା ମାଗଣା ଟୀକା କରଣକୁ ଆଉ କମ ଦିନ ବାକି ଥିବାରୁ ସମସ୍ତଙ୍କୁ ସେପ୍ଟେମ୍ବର ୩୦ ସୁଦ୍ଧା ତୁରନ୍ତ ବୁଷ୍ଟର ଡୋଜ ନେବା ଲାଗି ଅନୁରୋଧ କରିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ । ସେପଟେ ରାଜ୍ୟରେ କୋଭିସିଲଡ଼ ଟୀକା କମ ରହିଥିବାରୁ କେନ୍ଦ୍ରକୁ ଚିଠି ଲେଖିଛି ସ୍ୱାସ୍ଥ୍ୟ ବିଭାଗ ।

Related Articles

Back to top button
WP Twitter Auto Publish Powered By : XYZScripts.com