ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ ରାଉରକେଲା ଗସ୍ତ

ରାଉରକେଲା, ୦୫/୦୮/୨୦୨୨ –  ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀଯୁକ୍ତ ଅସିତ ତ୍ରିପାଠୀ ରାଉରକେଲା ଗସ୍ତରେ ଆସି ସୁନ୍ଦରଗଡ଼ ଜିଲ୍ଲାରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ । ରାଉରକେଲା ମହାନଗର ନିଗମର ସମ୍ମିଳନୀ କକ୍ଷଠାରେ ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ବିଭାଗୀୟ ଅଧିକାରୀମାନଙ୍କୁ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା ।  ଏଥିରେ ଶ୍ରୀ ତ୍ରିପାଠୀ ଉପସ୍ଥିତ ରହି କୃଷି, ମତ୍ସ୍ୟ ଓ ପ୍ରାଣୀସମ୍ପଦ ଉଦ୍ୟୋଗ ସହିତ ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଶିଳ୍ପ ଆଦି କ୍ଷେତ୍ରରେ କିପରି ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରାଯାଇପାରିବ ତା’ଉପରେ ଗୁରୁତ୍ୱ ଦେବା ପାଇଁ ଆଲୋଚନା କରିଥିଲେ ।

ବିପିୟୁଟି କ୍ୟାମ୍ପସରେ ଚାଲିଥିବା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର କାର୍ଯ୍ୟ ସେ  ବୁଲି ବା ସହ ମୁଖ୍ୟ ଷ୍ଟାଡିୟମ ସହ ଅଭ୍ୟାସ ପଡ଼ିଆ, ଦର୍ଶକ ଗ୍ୟାଲେରୀ, ଫ୍ୟାସିଲିଟି ସେଣ୍ଟର ଆଦି ଦେଖିଥିଲେ । ବିଶ୍ରା ଛକଠାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଫୁଟବଲ ଷ୍ଟାଡିୟମର ସେ ଅଗ୍ରଗତି ସମୀକ୍ଷା କରିଥିଲେ। ଷ୍ଟାଡିୟମ ନିର୍ମାଣ କାମ ନିର୍ଦ୍ଧାରିତ ସମୟ ସୁଦ୍ଧା ଶେଷ କରିବା ଲାଗି ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ସେହିପରି ବିପିୟୁଟି କ୍ୟାମ୍ପସରେ ଥିବା ସିପେଟ୍ କେନ୍ଦ୍ର ପରିଦର୍ଶନ କରିଥିଲେ । ସରକାରଙ୍କ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅଧୀନରେ ପ୍ଲାଷ୍ଟିକ ଟେକ୍ନୋଲୋଜିରେ ଯୁବକ ଯୁବତୀଙ୍କୁ ଦିଆଯାଉଥିବା ତାଲିମ ବିଷୟରେ ପଚାରି ବୁଝିବା ସହ ସେକ୍ଟର-୨୧ସ୍ଥିତ ଓଏସଏପି କ୍ୟାମ୍ପସରେ ନୂଆକରି ନିର୍ମାଣ କରାଯାଇଥିବା ଏକ କଲ୍ୟାଣ ମଣ୍ଡପ ଓ  ରାଉରକେଲା ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟର ସ୍ନାତ୍ତକୋତର କମ୍ପ୍ୟୁଟର ସାଇନ୍ସ ବିଭାଗର ଉଦଘାଟନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ସିଇଓ ଡକ୍ଟର ଅଜିତ କୁମାର ମିଶ୍ର, ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ର, ଜିଲ୍ଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଭୈରବ ସିଂ ପଟେଲ ଏବଂ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ବୈଷୟିକ ପରାମର୍ଶଦାତା ସୁନୀଲ ନାୟକ, ସୁନ୍ଦରଗଡ଼ ଜିଲ୍ଲା ପରିଷଦର ଅଧ୍ୟକ୍ଷା କୁନ୍ତୀ ପ୍ରଧାନ, ଉପାଧ୍ୟକ୍ଷ କମଲ ଲାକ୍ରା, ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ବିଭାଗର ଉପ ନିର୍ଦ୍ଦେଶକ ଡକ୍ଟର ବିଜ୍ଞାନାନନ୍ଦ ମହାନ୍ତି, ଲାଠିକଟା ବିଡିଓ ମନସ୍ୱିନୀ ଦାସ, ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ବିଜୟ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।ପ୍ରମୁଖ ଉପସ୍ଥିତ ଥିଲେ।

 

Related Articles

Back to top button
WP Twitter Auto Publish Powered By : XYZScripts.com