ଓଡ଼ିଶା

ଲଘୁଚାପ ପ୍ରଭାବରେ ୧୦ ଯାଏ ରାଜ୍ୟରେ ବର୍ଷା

ଶନିବାର ସାରା ରଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର ଉପକୂଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ୭ ତାରିଖ ବେଳକୁ ଉତ୍ତର-ପଶ୍ଚିମ ତତ୍‌ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଜିଠାରୁ ବର୍ଷା ବଢ଼ିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଲଘୁଚାପ ପ୍ରଭାବରେ ୧୦ ଯାଏ ରାଜ୍ୟରେ ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।   ଏହାସହ ୭ରୁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ଯିବାକୁ ବାରଣ କରାଯାଇଛି। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଚାଷୀମାନଙ୍କ ପାଇଁ ପାଣିପାଗ ବିଭାଗ ସତର୍କତା ଜାରି କରିଛି। ପ୍ରବଳ ବର୍ଷା ନେଇ ଆଜି ପାଇଁ ୧୭ଟି ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା କୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com