ଓଡ଼ିଶା

ନୀତି ଆୟୋଗ ବୈଠକରେ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ଉଠାଇଲେ ନବୀନ

ନୂଆଦିଲ୍ଲୀ, ୦୭/୦୮/୨୦୨୨-  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନୀତି ଆୟୋଗ ବୈଠକରେ ଉଠିଲା ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି । ଏଥିସହ ଓଡ଼ିଶାକୁ ଫୋକସ୍ ଷ୍ଟେଟ୍ ମାନ୍ୟତା ପ୍ରଦାନ ପାଇଁ କେନ୍ଦ୍ର ସରକାର ନିକଟରେ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରତିବର୍ଷ ବନ୍ୟା ଓ ବାତ୍ୟାର ସମ୍ମୁଖୀନ ହେଉଥିବାରୁ ଓଡ଼ିଶାର ଆର୍ଥିକ ସ୍ଥିତି ଦୋହଲି ଯାଉଛି । ତେଣୁ ପ୍ରାକୃତିକ ବିପର୍ଯ୍ୟୟ  ପାଇଁ ସ୍ବତନ୍ତ୍ର ପାଣ୍ଠି ଯୋଗାଇବାକୁ ଦାବି କରିଛନ୍ତି ନବୀନ । ସେହିପରି ଓଡ଼ିଶାକୁ ଟେଲିକମ୍, ରେଲଓ୍ବେ, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବ୍ୟାଙ୍କିଙ୍ଗ କ୍ଷେତ୍ରରେ  ସ୍ୱତନ୍ତ୍ର ଧ୍ୟାନ ଦେବାକୁ ଦାବି ଉଠାଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ବୈଠକରେ ଏଏସଆଇ ଓ ଏଏମ୍ଏସ୍ଏଆର୍ ରୂପାନ୍ତରଣ ଦାବି କରିଛନ୍ତି । ଏହାର ଟେକ୍ନୋଲୋଜି ଓ ନ୍ୟାୟିକ ଢାଞ୍ଚାରେ ପରିବର୍ତ୍ତନ ହେଲେ ଏହାଦ୍ବାରା କୋଣାର୍କ ଭଳି ଐତିହ୍ୟସ୍ଥଳୀକୁ ସୁରକ୍ଷିତ ରଖାଯାଇପାରିବ।

 

Related Articles

Back to top button
WP Twitter Auto Publish Powered By : XYZScripts.com