ଓଡ଼ିଶା

ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ଲଗାଣ ବର୍ଷା

ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ଲଗାଣ ବର୍ଷା ଜାରି ରହିଛି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ଓଡିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡ଼ିଶା ପାଶ୍ୱବର୍ତ୍ତୀ ଆନ୍ଧ୍ର ଉପକୂଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ହେବାରେ ଲାଗିଛି । ଆଗାମୀ ୨୪ ଘଣ୍ଟାରେ ଘନୀଭୂତ ହୋଇ ଏହା ଅବପାତର ରୂପ ନେବ । ସମଗ୍ର ଓଡିଶାର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ମଙ୍ଗଳବାର ସୁଦ୍ଧା ଓଡିଶାର ଗଜପତି, ଗଂଜାମ ଓ କନ୍ଧମାଳ ପ୍ରଭୃତି ୩ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତ୍ୟଧିକ ବର୍ଷା ହେବାର ସମ୍ଭାବନା କୁ ଦୃଷ୍ଟିରେ ରଖି ଏହି ଜିଲ୍ଲାକୁ ‘ରେଡ୍’ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଖୋର୍ଦ୍ଧା, ପୁରୀ, ନୟାଗଡ଼, ମାଲକାନାଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ୮ଟି ଜିଲ୍ଲାଗୁଡ଼ିକୁ ‘ଅରେଞ୍ଜ’ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ନୂଆପଡ଼ା, ବଲାଙ୍ଗୀର, ଭଦ୍ରକ ପ୍ରଭୃତି ୧୨ଟି ପାଇଁ ‘ୟେଲୋ’ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com