ଓଡ଼ିଶା

ଅବପାତର ରୂପ ନେଉଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଉଛି । ଏହାକ୍ରମେ କ୍ରମେ ଅଧିକ ଘନୀଭୂତ ହେଉଥିବାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏଥିାଇଁ ୩ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ୮ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୨ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ନେଇ ଆଶଙ୍କା ପ୍ରକାଶ ପାଇଛି । ଋଷିକୂଲ୍ୟା, ବଂଶଧାରା, ନାଗାବଳୀ, ସାବେରୀ ଇତ୍ୟାଦି ନଦୀଗୁଡ଼ିକରେ ଜଳପତ୍ତନ ବୃଦ୍ଧି ପାଇବାର ଆଶଙ୍କା ଥିବାରୁ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସୂଚନାଦିଆଯାଇଛି । ସେହିପରି ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ନ ଯିବା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଅନ୍ୟପକ୍ଷରେ ବର୍ଷା ଯୋଗୁଁ ରାଜଧାନୀ ଭୁବନେଶ୍ୱରର ଅବସ୍ଥା ବେହାଲ ହୋଇପଡ଼ିଛି । ବର୍ଷାକୁ ନଜରରେ ରଖି ସବୁ ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com