ଓଡ଼ିଶା

ରାଜଧାନୀରେ ଦୂର ହେବ ଟ୍ରାଫିକ ସମସ୍ୟା , ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସ୍ଥିତି ପରଖିଲେ ୫ଟି ସଚିବ

କ୍ରମବର୍ଦ୍ଧିଷ୍ଣୁ ଏବଂ ଗାଡ଼ି ମୋଟର ବ୍ୟବହାର ବଢିବା ସହ ଭୁବନେଶ୍ୱରରେ ଟ୍ରାଫିକ ସମସ୍ୟା ଏବଂ ଦୁର୍ଘଟଣା ହାର ସମ ଗତିରେ ବଢି ଚାଲିଛି । ଦୁର୍ଘଟଣା ଜନିତ ମୃତ୍ୟୁକୁ ଏଡ଼ାଇବା ସହ ଜନସାଧାରଣଙ୍କ ଜୀବନକୁ ସ୍ୱାଭାବିକ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆଦେଶ ଦେଇଛନ୍‌ଜ୍‌ତି । ଟ୍ରାଫିକ ସମସ୍ୟାରେ କିପରି ଉନ୍ନତି ଆସିପାରିବ ତାହା ଉପରେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଆଦେଶ କ୍ରମେ ଭୁବନେଶ୍ୱରର ବିଭିନ୍ନ ଟ୍ରାଫିକ୍ ଅଞ୍ଚଳ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି ୫-ଟି ସଚିବ ଭି.କେ ପାଣ୍ଡିଆନ୍ । ଭୁବନେଶ୍ୱରର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ଗାଡ଼ି ମୋଟର ସଂଖ୍ୟା ରେ ମଧ୍ୟ ବୃଦ୍ଧି ଘଟୁଛି । ଏହା ଦ୍ୱାରା ଟ୍ରାଫିକ ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ହୋଇଛି । ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ୫-ଟି ସଚିବ ପାଣ୍ଡିଆନ ବୁଧବାର ଭୋରରୁ ଶିଶୁ ଭବନ ଛକ , ରବି ଟକିଜ ଛକ, କଳ୍ପନା ଛକ, ବେହେରା ସାହି ଛକ, ରସୁଲଗଡ ଛକ, ଓ଼ ଆଇଗିଣିଆ ଛକ ଆଦି ବୁଲି ଦେଖିବା ସହ ସ୍ଥିତି ଅନୁଧ୍ୟାନ କରିଛନ୍ତି । ଏହି ଅବସରରେ ଟ୍ରାଫିକ୍ ବ୍ୟବସ୍ଥାରେ ସୁଧାର ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଏହି ଗସ୍ତ ସମୟରେ ପୋଲିସ କମିଶନର ଶ୍ରୀ ଏସ ପ୍ରିୟଦର୍ଶୀ , ପୂର୍ତ ସଚିବ ଶ୍ରୀ ଭି ଭି ଯାଦବ, BMC କମିଶନର ଶ୍ରୀ କୁଳାଙ୍ଗେ ପ୍ରମୁଖ ସାମିଲ ହୋଇଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com